ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା

ଭୁବନେଶ୍ୱର : ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରେ ପ୍ରତିଷ୍ଠା ହେବ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା। ଏନେଇ ଓଡ଼ିଶା ରାଜ୍ୟ ସରକାର ବିଧିବଦ୍ଧ ଭାବେ ଅନୁମୋଦନ ପ୍ରଦାନ କରିଛନ୍ତି।

ପ୍ରାଥମିକ ସ୍ତରରେ ଏହା ଭୁବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଅସ୍ଥାୟୀ ଭାବେ କାର୍ଯ୍ୟକାରୀ ହେବ ବୋଲି ସୂଚନା ମିଳିଛି।

ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା ଓଡ଼ିଶାରେ ପ୍ରତିଷ୍ଠା କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା କରି ଏଥିପାଇଁ ପ୍ରସ୍ତାବ ରଖିଥିଲେ।ଏହାପରେ ସରକାରଙ୍କ ତରଫରୁ ଆଞ୍ଚଳିକ ଶାଖା ପ୍ରତିଷ୍ଠା ପାଇଁ ବିଧିବଦ୍ଧ ଭାବେ ଅନୁମୋଦନ ମିଳିବା ପରେ ମନ୍ତ୍ରୀ ଶ୍ରୀ ସୂରଜ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା ଓଡ଼ିଶାରେ ପ୍ରତିଷ୍ଠା ହେବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ମତପ୍ରକାଶ କରିଛନ୍ତି।

National School of Drama

ସେ କହିଛନ୍ତି ଯେ, ଓଡ଼ିଶାର ଇତିହାସ, ସାହିତ୍ୟ, କଳା ଓ ସଂସ୍କୃତିର ପ୍ରଚାର ପ୍ରସାର କରିବା ଦିଗରେ ଓଡ଼ିଆ ନାଟ୍ୟ ପରମ୍ପରାର ଭୂମିକା ଅତୀବ ଗୁରୁତ୍ୱପୂର୍ଣ୍ଣ। ପୁରାଣକାଳରୁ ବର୍ତ୍ତମାନ ପର୍ଯ୍ୟନ୍ତ ନାଟକ ପ୍ରସ୍ତୁତି ଏବଂ ପ୍ରଦର୍ଶନ ମାଧ୍ୟମରେ ଓଡ଼ିଆ ମାଟିର କାହାଣୀ, ଗୌରବମୟ ଇତିହାସ ଏବଂ ସଂସ୍କୃତି ଲୋକମାନଙ୍କ ନିକଟରେ ପହଞ୍ଚିପାରିଛି । ଭୁବନେଶ୍ୱରରେ ପ୍ରତିଷ୍ଠା ହେବାକୁ ଥିବା ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା ନିଚ୍ଛକ ଓଡ଼ିଆ ନାଟକ ପ୍ରଦର୍ଶନ, ଏହାର ପ୍ରଚାରପ୍ରସାର ଏବଂ ସଂପ୍ରସାରଣ କ୍ଷେତ୍ରରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିବ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ନାଟକ ଏବଂ ଅଭିନୟ କ୍ଷେତ୍ରରେ ଭବିଷ୍ୟତ ନିର୍ମାଣ କରିବାକୁ ଚାହୁଁଥିବା ସମସ୍ତ ଛାତ୍ରଛାତ୍ରୀମାନଙ୍କପାଇଁ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ, ଭୁବନେଶ୍ୱର ଆଞ୍ଚଳିକ ଶାଖା ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରିବ। ଏଠାରେ ଉଚ୍ଚକୋଟୀରର ପ୍ରଶିକ୍ଷଣ ଲାଭ କରିସାରିବା ପାରେ ଛାତ୍ରଛାତ୍ରୀମାନେ ଅର୍ନ୍ତରାଷ୍ଟ୍ରୀୟ ସ୍ତରରେ ନାଟକ ପ୍ରଦର୍ଶନ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ, କଳା, ସଂସ୍କୃତି ଓ ଇତିହାସର ବହୁଳ ପ୍ରଚାରପ୍ରସାର କରିପାରିବେ ବୋଲି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ।

ପ୍ରକାଶଯୋଗ୍ୟଯେ, ୧୯୫୯ ମସିହାରେ ପ୍ରତିଷ୍ଠିତ ଦିଲ୍ଲୀ ସ୍ଥିତ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ, ୧୯୭୫ ମସିହାରୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଏକ ସ୍ୱୟଂ ଶାସିତ ଅନୁଷ୍ଠାନ ରୂପେ କାର୍ଯ୍ୟ କରିଆସୁଛି। ବିଶିଷ୍ଟ ଅଭିନେତା ପରେଶ୍ ରାୱଲ ଏହାର ଅଧ୍ୟକ୍ଷ ଓ ଓଡ଼ିଶାର ବିଶିଷ୍ଟ ଅଭିନେତା ଚିତ୍ତରଞ୍ଜନ ତ୍ରିପାଠୀ ଏହାର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଛନ୍ତି। ଓଡ଼ିଶାର ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି, ଅଜିତ ଦାସ, ସୂର୍ଯ୍ୟ ମହାନ୍ତି ଆଦି ଏହି ବିଦ୍ୟାଳୟର ପ୍ରମୁଖ ଛାତ୍ର ରହି ଆସିଛନ୍ତି।

ଓଡ଼ିଶାରେ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା ପ୍ରତିଷ୍ଠା ହେବା ଦ୍ୱାରା ଓଡ଼ିଆ ସଂସ୍କୃତି ଏବଂ ବିଶେଷ ଭାବେ ଓଡ଼ିଆ ନାଟ୍ୟ ପରମ୍ପରାର ବହୁଳ ପ୍ରଚାର ଓ ପ୍ରସାର ହୋଇପାରିବ ବୋଲି ଲକ୍ଷ୍ୟ ରଖାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+