ମତ୍ସ୍ୟଜୀବୀଙ୍କ ମଧ୍ୟରେ ଛନକା; ସମୁଦ୍ରକୁ ନଯିବାକୁ ପରାମର୍ଶ ଜାରି

ସମ୍ଭାବ୍ୟ ବାତ୍ୟା 'ଦାନା'କୁ ନେଇ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସୋମବାର ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ଆସନ୍ତା ୨୫ତାରିଖ ଯାଏ ଚିଲିକାରେ ଯାତ୍ରୀବାହୀ ଏବଂ ମାଛଧରା ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।

Cyclone Dana

ପ୍ରଶାସନ ପକ୍ଷରୁ ଅସ୍ଥାୟୀ ଆଶ୍ରୟସ୍ଥଳ ଚିହ୍ନଟ କରାଯାଇଥିବା ବେଳେ ତଟବର୍ତ୍ତୀ ଅଞ୍ଚଳ ଶାନ୍ତିନଗର, ସନ୍ନ୍ୟାସୀନଗର ଏବଂ ଗୋପବନ୍ଧୁ ନଗର ବାସିନ୍ଦାଙ୍କୁ ଆବଶ୍ୟକସ୍ଥଳେ ସ୍ଥାନାନ୍ତର ନିମନ୍ତେ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଶ୍ରୟସ୍ଥଳଗୁଡ଼ିକରେ ଆଲୋକ, ପାନୀୟଜଳ, ଶୁଖିଲା ଏବଂ ରନ୍ଧାଖାଦ୍ୟର ବ୍ୟବସ୍ଥା ସହ ପ୍ରସୂତି ମହିଳା, ନବଜାତ ଶିଶୁ, ମା'ମାନଙ୍କୁ ନିକଟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର ପାଇଁ ପଦକ୍ଷେପ ନିଆଯିବ ବୋଲି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ ସୂଚନା ଦେଇଛନ୍ତି।

ତେବେ ବାତ୍ୟା ଆଶଙ୍କାରେ ମତ୍ସ୍ୟଜୀବୀମାନେ ଡଙ୍ଗାଗୁଡିକୁ ସୁରକ୍ଷିତ ସ୍ଥାନରେ ରଖୁଥିବା ଦେଖିବାକୁ ମିଳିଛି। ସେହିପରି ବାଲୁଗଁାସ୍ଥିତ ମତ୍ସ୍ୟ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଖୋର୍ଦ୍ଧା ଜିଲା ଚିଲିକା ତଟବର୍ତ୍ତୀ ୪୨ଟି ଗ୍ରାମ ବାସିନ୍ଦାଙ୍କୁ ୨୧ରୁ ୨୫ ତାରିଖ ଯାଏ ଚିଲିକା ମଧ୍ୟକୁ ଡଙ୍ଗା ନ ନେବା ପାଇଁ ସତର୍କ କରାଯିବା ସହ ୧୦ଟି ଜେଟିଠାରେ ଡଙ୍ଗାଗୁଡିକୁ ସୁରକ୍ଷିତ ଭାବେ ବାନ୍ଧି ରଖିବାକୁ ପରାମର୍ଶ ଦିଆଯାଇଛି ବୋଲି ମତ୍ସ୍ୟ ନିର୍ଦ୍ଦେଶକ ମନୋରଞ୍ଜନ ଦାସ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+