ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୃର୍ଣିବଳୟ, ଆଜିଠୁ ୫ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୌସୁମୀ ଓଡ଼ିଶା ଛୁଇଁଥିଲେ ମଧ୍ୟ ଏଯାଏ ବର୍ଷାର ଦେଖା ଦର୍ଶନ ନାହିଁ ।ଜୁନ୍ ପହିଲାରୁ ୨୫ ତାରିଖ ସୁଦ୍ଧା ରାଜ୍ୟରେ ୯୪.୬ ମି.ମି ସ୍ବାଭାବିକ ବର୍ଷା ହେବା କଥା। କିନ୍ତୁ ୪୨ ପ୍ରତିଶତ କମ୍‌ ବର୍ଷା ହୋଇଛି। ନିଅଣ୍ଟିଆ ବର୍ଷା ଯୋଗୁଁ ଚାଷ କାର୍ଯ୍ୟ ପଛେଇଛି। ଆଗକୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

rain

ମଙ୍ଗଳବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଆଉ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ‌କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେସବୁ ଜିଲାକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣରେ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇଛି। ଜଗତସିଂହପୁରରେ

ସବୁଠୁ ଅଧିକ ବର୍ଷା ୪୯.୨ମି.ମି ରେକର୍ଡ ହୋଇଥିବା ବେଳେ ନୟାଗଡ ୨୪ମି.ମି, ଦାରିଙ୍ଗବାଡି ୨୨ମି.ମି, ଚାନ୍ଦବାଲି ୨୨.୮ମି.ମି, କେନ୍ଦୁଝର ୪.୭ମି.ମି, ଭଦ୍ରକ ୮ମି.ମି, ବାରିପଦା ୯ ମି.ମି ଏବଂ ଯାଜପୁର ୫ମି.ମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାରେ ୭ରୁ ୧୧ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ନୂଆପଡା, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ବରଗଡ ଜିଲାରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିପାରେ। ସେଥିପାଇଁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ଏବଂ କାଳବୈଶାଖୀ ଜନିତ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ ଆୟୁକ୍ତ (ଏସଆରସି)ସତ୍ୟବ୍ରତ ସାହୁ ଜନସାଧାରଣ ଏବଂ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+