ହାତ ପାହାନ୍ତରେ ମିଳିପାରିବ ସରକାରୀ ସୁବିଧା, ଆମ ସାଥି’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍ ହେଲା ଲୋକାର୍ପିତ

ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା ଓ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ ଆଦି ବହୁ ସୁବିଧା ହ୍ୱାଟସଆପ ଜରିଆରେ ମିଳିପାରିବ । ଲୋକଙ୍କ ହାତ ପାହାନ୍ତାରେ ସେବା ପହଞ୍ଚାଇବାକୁ ଆରମ୍ଭ ହେଲା ଆମ ସାଥୀ ୟୁନିଫାଏଡ ହ୍ୱାଟସଆପ ବଟ । ଏଥିପାଇଁ ୯୪୩୭୨୯୨୦୦୦ ହ୍ୱାଟସଆପ ନମ୍ବରରେ ଆବେଦନ କରି ପାରିବେ । ଆବେଦନ ପରେ ସାର୍ଟିଫିକେଟ ଏହି ନମ୍ୱର୍ ଜରିଆରେ ପାଇ ପାରିବେ । ପ୍ରଥମ ପର୍ଯ୍ୟାୟରେ ସରକାରଙ୍କ ବିଭିନ୍ନ ବିଭାଗର ୧୩୨ ଟି ସେବା ପାଇଁ ଆବେଦନ କରିହେବ ।

aam sathi unified whatsapp bot launched in odisha

୨୦୨୫ ଶେଷ ସୁଦ୍ଧା ଓଡ଼ିଶା ଲୋକସେବା ଅଧିକାର ଆଇନ ଅଧୀନରେ ଅଧିସୂଚିତ ସମସ୍ତ ସାର୍ବଜନୀନ ସେବା ଏକକ ହ୍ବାଟ୍ସଆପ ବଟ୍ ମାଧ୍ୟମରେ ଯୋଗାଇ ଦିଆଯିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଜଣେ ବ୍ୟକ୍ତି ଇଂରାଜୀ କିମ୍ବା ଓଡ଼ିଆରେ ଲେଖି ହ୍ବାଟ୍ସଆପରେ ସମସ୍ତ ସରକାରୀ ସେବାରୁ ଉପକୃତ ହୋଇପାରିବେ । ଓଡ଼ିଆ ବା ଇଂରାଜୀ ଲେଖି ଜାଣି ନଥିବା ଲୋକମାନେ ଭାରତ ସରକାରଙ୍କ 'ଭାଷିନୀ ପ୍ଲାଟଫର୍ମ' ବ୍ୟବହାର କରି ନିଜର କଣ୍ଠସ୍ବର ମାଧ୍ୟମରେ ଏହି ସେବା ପାଇପାରିବେ । ମେଟା ଇଣ୍ଡିଆ ସହ ମିଶି ସାଧରଣ ପ୍ରଶାସନ ବିଭାଗ ଏହି ପଦକ୍ଷେପ ନେଇଛି ।.

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+