Abhijit Majumdar: ଏମ୍ସ ସ୍ଥାନାନ୍ତର ହେଲେ ସଙ୍ଗୀତକାର ଅଭିଜିତ୍ ମଜୁମଦାର
ଏମ୍ସ ସ୍ଥାନାନ୍ତର ହେଲେ ସଙ୍ଗୀତକାର ଅଭିଜିତ୍ ମଜୁମଦାର । କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଅଭିଜିତ୍ ମଜୁମଦାର ଏମ୍ସ ସ୍ଥାନାନ୍ତର ।
ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ଅସୁସ୍ଥ ହୋଇ ସିଡିଏର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥାଵସ୍ଥା ସ୍ଥିର ଥିବା ଜଣାପଡିଛି । କିଛି ଦିନ ପୂର୍ବେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା।

ଅସୁସ୍ଥତା ନେଇ ତାଙ୍କ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । କହିରଖୁଛୁ ଅଭିଜିତ୍ ମଜୁମଦାର ଓଲିଉଡର ଜଣେ ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ । ଅନେକ ଓଡ଼ିଆ ସିନେମାର ସଫଳ ନିର୍ଦ୍ଦେଶନା ଦେଇ ସେ ସଙ୍ଗୀତ ନିର୍ଦ୍ଦେଶନା କ୍ଷେତ୍ରରେ ବେଶ ପ୍ରଶଂସା ସାଉଁଟିଛନ୍ତି । ହସ୍ପିଟାଲରେ ଭର୍ତ୍ତି ହେବା ପରେ ତାଙ୍କର ସିଟି ସ୍କାନ୍ ସହିତ ଅନେକ ପରୀକ୍ଷା କରାଯାଇଛି । ସେ ଦୀର୍ଘ ଦିନ ହେବ ଲିଭର୍ ଜନିତ ରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି । ଆଉ ଏବେ ଶରୀରରେ ପୋଟାସିୟମ କମି ଯିବାରୁ ଗୁରୁତର ହୋଇଛନ୍ତି ।












Click it and Unblock the Notifications