ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍; ବସ୍ ଡ୍ରାଇଭର , କଣ୍ଡକ୍ଟର ମୃତ, ୧୭ ଆହତ
ଯାଜପୁର ବଡ଼ଚଣା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥରେ ସିମେଣ୍ଟ ବୋଝେଇ ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍ । ତେବେ ଏଥିରେ ୧୩ ଜଣ ଆହତ ହୋଇଛନ୍ତି । କଡେଇ ଛକ ନିକଟରେ ହୋଇଥିବା ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଛି ।
ଆହତଙ୍କୁ ବଡ଼ଚଣା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । କିଛି ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ଟି ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା ।

ଘଟଣାସ୍ଥଳରେ ବସର ଡ୍ରାଇଭର ଓ କଣ୍ଡକ୍ଟରଙ୍କର ମୃତ୍ୟୁ ହୋଇଛି । ବସରେ ୬୦ରୁ ଉଦ୍ଧ୍ୱର୍ ଯାତ୍ରୀ ଥିଲେ । ଘଟଣା ସ୍ଥଳରେ ବଡ଼ଚଣା ପୋଲିସ ପହଞ୍ଚିି ତଦନ୍ତ ଆରମ୍ଭ କରିଛି ।












Click it and Unblock the Notifications