କୋଇଲା ଖଣିରେ ଅଘଟଣ:୨ ମୃତ, ୭ ଗୁରୁତର
Accident news:ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଗର୍ଜନବାହାଲ କୋଇଲା ଖଣିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୋଲେରୋ ଉପରେ ପୋକଲେନ୍ ମାଡ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁସାରେ, ଆଜି ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଗର୍ଜନବାହାଲ କୋଇଲା ଖଣିରୁ କର୍ମଚାରୀ ନିଜ ସିଫ୍ଟ ସାରି ଫେରୁଥିବା ବେଳେ ଘଟିଥିଲା ଦୁର୍ଘଟଣା । ଏକ ବୋଲେରୋ ଉପରେ ଭାରିଯାନ ମାଡିଯାଇଥିଲା । ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବା ସହ ତଦନ୍ତ ଆରମ୍ଭ କରିଥିଲା ।

ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣ ହେଲେ ଅପରେଟର ଉମାକାନ୍ତ ପଟେଲ ଏବଂ ଭାରପ୍ରାପ୍ତ ମୁଖ୍ୟ ଜଗଦୀଶ ଓରାମ । ଅନ୍ୟ ସାତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ନେଇ ସୂଚନା ରହିଛି ।
ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାରୁ ଉତ୍ତେଜନା ପ୍ରକାଶ ପାଇଛି । ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ସ୍ଥିତି ନିୟନ୍ତ୍ରଣ
କରିବା ପାଇଁ ଚେଷ୍ଟା କରୁଛି ।












Click it and Unblock the Notifications