ରାଜ୍ୟର ବିଭିନ୍ନ ସ୍ଥାନରେ ଦୁର୍ଘଟଣା: ସ୍ତ୍ରୀର ମୃତ୍ୟୁ ସ୍ୱାମୀ ଗୁରୁତର, ଟ୍ରକକୁ ଧକ୍କା ଦେଲା ବସ୍, ତିନି ଆହତ

ରାଜ୍ୟର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଦେଖିବାକୁ ମିଳିଛି । ଦମ୍ପତିକୁ ଧକ୍କା ଦେଲା ଟ୍ରକ୍। ଦୁର୍ଘଟଣାରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି ।

କଟକ ଚାଉଳିଆଗଞ୍ଜ ଦୁର୍ଗା ମଣ୍ଡପ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତାହତ ଦମ୍ପତି ହେଲେ କଟକ ଗତିରାଉତପାଟଣା ଅଞ୍ଚଳର।

ଦମ୍ପତି ସ୍କୁଟି ଯୋଗେ କଟକ ଆସୁଥିଲେ। ଦୁର୍ଗା ମଣ୍ଡପ ନିକଟରେ ପଛରୁ ଏକ ଟ୍ରକ୍ ଆସି ଦମ୍ପତିଙ୍କୁ ଦେଖାଦେଇଥିଲା। ଉଭୟ ସ୍ୱାମୀସ୍ତ୍ରୀ ତଳେ ଛିଟିକି ପଡ଼ିଥିଲେ। ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପୁଲିସ ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି । ଏହାସହ ଘଟଣାର ତଦନ୍ତ କରୁଛି।

Accident

ସେହିପରି ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍। ଫଳରେ ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆଜି ରାତି ୩ଟା ସମୟରେ ଯାତ୍ରୀବାହୀ ବସ୍‌ଟି ଭୁବନେଶ୍ୱରରୁ ଦୀଘା ଅଭିମୁଖେ ଯାଉଥିଲେ । ବରୁଣଗଡିଆ ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ବସଟି ପଛରୁ ଧକ୍କା ଦେଇଥିଲା । ପୁଲିସ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଜଳେଶ୍ଵର ହସ୍ପିଟାଲରେ ଭର୍ତ୍ତି କରିଛି।ବସ୍‌ରେ ୬୦ରୁ ଅଧିକ ଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+