ତେଲ ଟ୍ୟାଙ୍କର-ବସ ମୁହାଁମୁହିଁ; ଚା ପିଉଥ‌ିବା ଲୋକଙ୍କ ଉପରେ ମାଡ଼ିଗଲା ଗାଡ଼ି, ୪ ମୃତ, ୨୦ ଆହତ

ବସ୍ ସହ ତେଲ ଟ୍ୟାଙ୍କର ଧକ୍କା । ଗଞ୍ଜାମ ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା କଡ ଚା ଦୋକାନ ଉପରକୁ ମାଡ଼ିଗଲା ଦୁଇ ଦୁର୍ଘଟଣାଗ୍ରସ୍ତ ଗାଡ଼ି। ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଚା ଦୋକାନରେ ଚା ପିଉଥିବା ୩ଜଣ ଓ ବସର ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

accident oil tanker-bus collision

ଯାତ୍ରୀ ବାହି ବସଟି ଆସିକାରୁ ବ୍ରହ୍ମପୁର ପଟକୁ ଆସୁଥିବା ବେଳେ ତେଲ ଟ୍ୟାଙ୍କର ଟି ବ୍ରହ୍ମପୁରରୁ ଆସିକା ଆଡ଼କୁ ଯାଉଥିଲା। ସମର ଝୋଳ ଛକରେ ତେଲ ଟ୍ୟାଙ୍କର ଟି ଏକ ଟ୍ରକକୁ ଓଭରଟେକ୍ କରି ଯିବାକୁ ଚେଷ୍ଟା କରୁଥିବା ବେଳେ ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ରାସ୍ତାକଡ ଚା ଦୋକାନ ଆଡ଼କୁ ମାଡି ଯାଇଥିଲେ। ବସ୍ ତଳେ ଚାପି ହୋଇ ଚା ପିଉଥିବା ୩ଜଣଙ୍କ ସମେତ ୪ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣା ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

'ଖମ୍ବେଶ୍ୱରୀ' ନାମକ ଯାତ୍ରୀବାହୀ ବସ୍‌ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଧରି ବ୍ରହ୍ମପୁର ଅଭିମୁଖେ ଆସୁଥିଲା। ଉକ୍ତ ସମୟରେ ତେଲ ଟାଙ୍କରଟି ବ୍ରହ୍ମପୁରରୁ ଆସ୍କା ପଟକୁ ଆସୁଥିଲା। କଞ୍ଜୁରୁ ଛକଠାରେ ତେଲ ଟ୍ୟାଙ୍କରଟି ଏକ ଟ୍ରକ୍‌କୁ ଓଭରଟେକ୍‌ କରିବାକୁ ଚେଷ୍ଟା କରୁଥିଲା। ମାତ୍ର ଗାଡ଼ିଟି ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

ଖବର ପାଇ ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲକୁ ପଠାଇଛନ୍ତି। ଏଥିରେ ବସ୍‌ରେ ଆହୁରି କିଛି ଯାତ୍ରୀ ଚାପି ହୋଇଥିବା ଅନୁମାନ କରାଯାଉଛି । ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

ଏହି ମର୍ମନ୍ତୁଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ୨ ଲକ୍ଷ ଲେଖାଏଁ ସହାୟତା ଦେବା ସହ ଗୁରୁତର ଆହତଙ୍କୁ ୧ ଲକ୍ଷ ଲେଖାଏଁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । କେବଳ ସେତିକି ନୁହେଁ,ଆହତଙ୍କ ଚିକିତ୍ସା ସଂପୂର୍ଣ୍ଣକୁ ମାଗଣା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+