ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କୁ ଆଶ୍ୱସ୍ତି, ଜାମିନ ବିହୀନ ଗିରଫ ପରୱାନା ଉପରେ ରୋକ୍ ଲଗାଇଲେ ହାଇକୋର୍ଟ
କଟକ: ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ହାଇକୋର୍ଟରୁ ପତ୍ନୀ ବିଦ୍ୟାଭାରତୀଙ୍କୁ ଆଶ୍ୱସ୍ତି ମିଳିଛି । ଜାମିନ ବିହୀନ ଗିରଫ ପରୱାନା ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । କଠୋର କାର୍ଯ୍ୟାନୁଷ୍ଠାନ ନନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ପାରଳାଖେମୁଣ୍ଡି ଏସଡିଜେଏମଙ୍କୁ ଚ୍ୟାଲେଞ୍ଜ କରି ବିଦ୍ୟାଭରତୀ ହାଇକୋର୍ଟ ଯାଇଥିଲେ । ପୂର୍ବରୁ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ଆଶ୍ୱସ୍ଥି ମିଳିଥିଲା । ବିଦ୍ୟାଭରତୀ, ସଂଗ୍ରାମ କେଶରୀ ବେହେରା ଓ ପତ୍ନୀ ମନ୍ମଥ କୁମ୍ଭଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଛନ୍ତି ପାରଳାଖେମୁଣ୍ଡି ଏସଡିଜେମ କୋର୍ଟ । ଆସନ୍ତା ଜୁଲାଇ ୨୭ରେ ମାମଲାର ପରବର୍ତ୍ତୀ ଶୁଣାଣୀ ହେବ ।
ସୂଚନାଥାଉ କି, ଏସିଏଫ୍ ସୌମ୍ୟରଞ୍ଜନ ପାରଳାଖେମୁଣ୍ଡିରେ କାର୍ଯ୍ୟରତ ଥିବାବେଳେ ୨୦୨୧ ଜୁଲାଇ ୧୧ ତାରିଖ ରାତିରେ ସରକାରୀ ବାସଭବନରେ ସନ୍ଦେହଜନକ ଭାବେ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଥିଲେ । ୨ ଦିନ ପରେ ତାଙ୍କର ମୃତ୍ୟୁ ଘଟିଥିଲା । କ୍ରାଇମବ୍ରାଞ୍ଚ ଏହି ମାମଲାକୁ ଦୁର୍ଘଟଣା ଦର୍ଶାଇ ଫାଇଲ ବନ୍ଦ କରିଥିଲା । ଏହାପରେ ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର ତତ୍କାଳୀନ ଡିଏଫ୍ଓ ସଂଗ୍ରାମ ବେହେରା, ପତ୍ନୀ ବିଦ୍ୟାଭାରତୀ ଓ ରୋଷେୟାଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆଣି ପାରଳାଖେମୁଣ୍ଡି ଏସଡିଜେଏମଙ୍କ କୋର୍ଟରେରେ ପିଟିସନ୍ ଦାଏର କରିଥିଲେ ।












Click it and Unblock the Notifications