କିଟ୍ କାଣ୍ଡ:ସରକାରଙ୍କ ହାଇଲେବୁଲ୍ କମିଟି ଆଗରେ ଅଚ୍ୟୁତ ସାମନ୍ତଙ୍କୁ ହାଜର ନିର୍ଦ୍ଦେଶ
ଭୁବନେଶ୍ୱର: ଅଚ୍ୟୁତ ସାମନ୍ତଙ୍କୁ ହାଜର ନିର୍ଦ୍ଦେଶ । ସରକାରଙ୍କ ହାଇ ଲେବଲ କମିଟି ଆଗରେ ହାଜର ହେବା ଲାଗି ନିର୍ଦ୍ଦେଶ ଜାରି କରାଯାଇଛି । କାଲି ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ହାଜର ହେବାକୁ ନିର୍ଦ୍ଦେଶ । ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ହେବାକୁ କୁହାଯାଇଛି । ହାଜର ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ।
ସୂଚନାଯୋଗ୍ୟ, କିଟ୍ ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍ସଲ୍ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ସ୍ଥିତ ହଷ୍ଟେଲ 'କ୍ୟୁସି୪'ର ରୁମ୍ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍ବେଗ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।












Click it and Unblock the Notifications