ତଦନ୍ତ ପରେ ଡ୍ରୋନ୍‌ ଉଡ଼ାଣକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ିବା ଘଟଣାକୁ ନେଇ ପୁଲିସ ପକ୍ଷରୁ ସିଂହଦ୍ବାର ଥାନାରେ ଲିଖିତ ଅଭିଯୋଗ ପରେ ମାମଲା ରୁଜୁ କରାଯାଇଛି। ପୁଲିସ ଘଟଣାକୁ ଗୁରୁତର ଭାବେ ଗ୍ରହଣ କରିଛି। ତଦନ୍ତ ପରେ ଡ୍ରୋନ୍‌ ଉଡ଼ାଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ୍‌ ବୁଧବାର ସୂଚନା ଦେଇଛନ୍ତି। ଶ୍ରୀମନ୍ଦିରର ୧୦୦ ମିଟର ପରିଧି ଅଞ୍ଚଳ ନିଷିଦ୍ଧାଞ୍ଚଳଭାବେ ଡିଜିସିଏ ପକ୍ଷରୁ ନିର୍ଦେଶ ଜାରି କରାଯାଇଛି।

Jagannath Temple

ଏହି ଅଞ୍ଚଳରେ ଡ୍ରୋନ ଆଦି ଉଡ଼ାଇବା ସମ୍ପୂର୍ଣ୍ଣ ବେଆଇନ ବୋଲି ସେ କହିଛନ୍ତି। ସାମାଜିକ ଗଣମାଧ୍ୟମରେ ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଯୁବବର୍ଗ ଡ୍ରୋନ୍‌ ଉଡ଼ାଇ ଶ୍ରୀମନ୍ଦିରର ଭିତର ପାର୍ଶ୍ବ ଭିଡିଓ ଓ ଚିତ୍ର ଉତ୍ତୋଳନ କରୁଛନ୍ତି। ଏହା ସମ୍ପୂର୍ଣ୍ଣ ବେଆଇନ। କିଛି ସାମାଜିକ ଗଣମାଧ୍ୟମ ଆକାଉଣ୍ଟକୁ ଚିହ୍ନଟ କରାଯାଇଛି। ସେମାନଙ୍କ ବିରୋଧରେ ଆଗାମୀ ଦିନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ନାଟ ମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ହେବା ପୂର୍ବରୁ ନାଟ ମଣ୍ଡପରେ ଥିବା ହୁଣ୍ଡିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ। ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ପରେ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ। ତେଣୁ ଶ୍ରୀମନ୍ଦିର ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ କିଛି ଦିନ ଅପେକ୍ଷା କରିବାକୁ ପଡ଼ିବ। ରାଜ୍ୟ ସରକାରଙ୍କ ନିର୍ଦେଶ ଆସିବା ପରେ ନୂତନ ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+