ସ୍ପଷ୍ଟ ଚିହ୍ନିତ ହେଲା ସକ୍ରିୟ ଲଘୁଚାପ କ୍ଷେତ୍ର: ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ

ସ୍ପଷ୍ଟ ଚିହ୍ନିତ ହେଲା ସକ୍ରିୟ ଲଘୁଚାପ କ୍ଷେତ୍ର। ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ।

Active low pressure area clearly identified

ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ତାରିଖ ବେଳକୁ ଅବପାତ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରବିବାର ସାରା ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ତିନି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଳାହାଣ୍ଡି, ରାୟଗଡ଼ା ଏବଂ ଗଜପତି ଜିଲାର କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲାଗୁଡ଼ିକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇ ଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଏବଂ ରାୟଗଡ଼ା ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଅବପାତ ପ୍ରଭାବରେ ୧୯ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। କଚ୍ଚାରାସ୍ତା ଧୋଇ ହୋଇଯିବା, ମାଟିକାନ୍ଥ ଭାଙ୍ଗିବା, ପାହାଡ଼ରୁ ମାଟି ଅତଡ଼ା ଧସିବାର ସମ୍ଭାବନା ରହିଛି। ଅତି ପ୍ରବଳ ବର୍ଷା ନେଇ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳମାନେ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+