Get Updates
Get notified of breaking news, exclusive insights, and must-see stories!

ପୁଣି ଅଡୁଆରେ ଅଭିନେତା ତଥା ବିଜେପି ନେତା ଅନୁଭବ ମହାନ୍ତି, ଏମିତି କହିଲେ କୋର୍ଟ

ବିଜେଡ଼ି ଛାଡ଼ି ବିଜେପି ଗଲେ ହେଲେ ମିଳିଲାନି ଟିକେଟ୍ । ଆଉ ଏବେ ପୁଣି ଅଡୁଆରେ ଅଭିନେତା ତଥା ବିଜେପି ନେତା ଅନୁଭବ ମହାନ୍ତି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ କରିଦେଇଛନ୍ତି ।

ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଅନୁଭବଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କ ପକ୍ଷରୁ କରାଯାଇଥିବା ଘରୋଇ ହିଂସା ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟ ।

ଅଭିଯୋଗ ମିଥ୍ୟା ଦର୍ଶାଇ ଡିସଚାର୍ଜ ପିଟିସନ ଦାୟର କରିଥିଲେ ଅନୁଭବ । ଅନ୍ୟପଟେ ମେ' ୧୦ରେ ଚାର୍ଜଫ୍ରେମ ପାଇଁ ଜେଏମଏଫସି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

anubhav mohanty

ସୂଚନାଯୋଗ୍ୟ, ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷା ନିର୍ଯାତନା ମାମଲା ରୁଜୁ କରିଥିବା ବେଳେ ଏହାକୁ ରଦ୍ଦ କରିବା ପାଇଁ ଅନୁଭବ ଏମ୍‌ପି ଏମ୍‌ଏଲେ କୋର୍ଟରେ ଅନୁରୋଧ କରିଥିଲେ । ହେଲେ ଏହାକୁ ବର୍ଷାଙ୍କ ପକ୍ଷରୁ ବିରୋଧ କରାଯିବା ସହ ଏହି ମାମଲାରେ ଚାର୍ଜଫ୍ରେମ ପାଇଁ ଯୁକ୍ତି ରଖିଥିଲେ ।

ଅନୁଭବଙ୍କ ବିରୋଧରେ କଟକ ପୁରୀଘାଟ ଥାନରେ ବର୍ଷା ଅଭିଯୋଗ କରିଥିଲେ । ଏହି ମାମଲା ଏବେ କୋର୍ଟରେ ବିଚାରଧୀନ ଅଛି । ଏହି ମାମଲାରେ ଅନୁଭବଙ୍କ ଡିସଚାର୍ଜ ଆବଦେନର ଗତକାଲି ଶୁଣାଣି ହୋଇଥିଲା । ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+