ସ୍ୱତନ୍ତ୍ର ଉନ୍ନୟନ ପରିଷଦକୁ ୧୭୫.୫କୋଟି ଟଙ୍କାର ଅତିରିକ୍ତ ଅନୁଦାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ୱବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ।

ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ 5T ସଚିବ ଭି.କେ. ପାଣ୍ଡିଆନ ଏନେଇ ସୂଚନା ଦେଇଛନ୍ତି । ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ। ଏହି ଘୋଷଣା ଦ୍ବାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା ୯ଟି ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା ।

odisha news

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୯ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+