ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍
ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକ ଏବଂ ପିଅନ କାହ୍ନୁ ସାହୁଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରିଛି। ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଅନୁଯାୟୀ ଏକ ଜମି ମ୍ୟୁଟେସନ ମାମଲାର ସପକ୍ଷରେ ଆଦେଶନାମା ପ୍ରଦାନ କରିବା ପାଇଁ ପ୍ରକାଶ ୯,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। କାମରେ ଅହେତୁକ ବିଳମ୍ବ କରି ସେ ଜଣେ ଆଇନଜୀବୀଙ୍କ ଜରିଆରେ ଏହି ଟଙ୍କା ଦାବି କରିଥିଲେ।

ଆଇନଜୀବୀଙ୍କ ଅଭିଯୋଗ କ୍ରମେ ଭିଜିଲାନ୍ସ ପକ୍ଷରୁ ଏକ ଟ୍ରାପ୍ ପ୍ରସ୍ତୁତ କରାଯାଇଥିଲା। ବୁଧବାର ଆଇନଜୀବୀଙ୍କଠାରୁ ୯,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଉଭୟ ଅତିରିକ୍ତ ତହସିଲଦାର ଓ ପିଅନଙ୍କୁ ମାଡ଼ି ବସିଥିଲା ଭିଜିଲାନ୍ସ ଟିମ୍। ତାଙ୍କ ନିକଟରୁ ସମସ୍ତ ରାସାୟନିକ ବୋଳା ଟଙ୍କା ଜବତ କରାଯାଇଛି। ଏହି ଗିରଫଦାରୀ ପରେ ଭିଜିଲାନ୍ସ ପକ୍ଷରୁ ନାୟକଙ୍କ ସହ ଜଡ଼ିତ ତିନୋଟି ସ୍ଥାନ ଏବଂ ପିଅନଙ୍କ ଗୋଟିଏ ସ୍ଥାନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ (DA) ସନ୍ଦେହରେ ଚଢ଼ାଉ ଜାରି ରହିଛି। ଏହି ଘଟଣାରେ କଟକ ଭିଜିଲାନ୍ସ ଥାନାରେ ଦୁର୍ନୀତି ନିବାରଣ ଆଇନର ଧାରା ୭ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି।
-
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ








Click it and Unblock the Notifications