ଉଠା ଦୋକାନୀଙ୍କ ଉପରେ ବଡ଼ ନିଷ୍ପତ୍ତି ନେଲା ପ୍ରଶାସନ, ଫୁଟପାତ୍‌ରେ ବସି ପାରିବେ ନାହିଁ

କଟକ : କଟକ ବାଲିଯାତ୍ରାରେ ଫୁଟ୍‌ପାଥରେ ବସି ପାରିବେ ନାହିଁ ଉଠା ଦୋକାନୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର କଟକ ଜିଲାପାଳ ଏକ ନିଷେଧାଦେଶ ଜାରି କରିଛନ୍ତି। ଏପରିକି ଫୁଟ୍‌ପାଥରେ ବ୍ୟବସାୟ ନିଷେଧ ପାଇଁ ୧୬୩ ଧାରା ଜାରି କରାଯାଇଛି। ଜୋବ୍ରାଠାରୁ ଚହଟା, ଉପର ଏବଂ ତଳ ବାଲିଯାତ୍ରା ପଡିଆ ଏବଂ ଏହାର ଆଖପାଖ ରାସ୍ତାରେ ଏହି ଉଠା ଦୋକାନୀମାନଙ୍କୁ ବ୍ୟବସାୟ କରିବା ନିମନ୍ତେ ନିଷେଧ କରାଯିବା ସହ ସେମାନଙ୍କ ଜୀବନ ଜୀବିକା ଯେପରି ପ୍ରଭାବିତ ନ ହୁଏ ସେଥିପାଇଁ ତଳ ବାଲିଯାତ୍ରା ପଡିଆରେ ସେମାନଙ୍କ ବ୍ୟବସାୟ ନିମନ୍ତେ ନିର୍ଦ୍ଦିଷ୍ଟ ସ୍ଥାନ ଚିହ୍ନଟ କରାଯାଇଛି ।

ଏହି ନିର୍ଦ୍ଦେଶ ଜାରି ହେବା ଦିନଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଉଠା ଦୋକାନୀମାନେ ଆବଶ୍ୟକ ମୂଲ୍ୟ ଦେଇ ନିର୍ଦ୍ଧାରିତ ସ୍ଥାନରେ ବ୍ୟବସାୟ କରିପାରିବେ । ଏହି ନିୟମର ଖିଲାପ କଲେ ସମ୍ପୃକ୍ତ ବ୍ୟକ୍ତି ଆଇନ୍ ଅନୁଯାୟୀ ଦଣ୍ଡିତ ହେବେ । ତଳ ବାଲିଯାତ୍ରା ପଡିଆରେ ଉଠା ଦୋକାନୀମାନଙ୍କୁ ସ୍ଥାନ ଦେବା ପାଇଁ ଉପଜିଲ୍ଲାପାଳ କଟକ ସଦରଙ୍କୁ ନୋଡାଲ ଅଫିସର ଭାବେ ଦାୟିତ୍ୱ ଦିଆଯାଇଛି।

baliyatra cuttack

ଏଥିସହ ଗାଡି ଚଳାଚଳ ଏବଂ ଚଲାପଥକୁ ଅବରୋଧମୁକ୍ତ କରିବା ପାଇଁ ଆରଆଇ, ସହକାରୀ ଆରଆଇ ଏବଂ ଅମିନମାନଙ୍କୁ ନେଇ ଦୁଇଟି କମିଟି ଗଠନ କରାଯାଇଛି। କମିଟି ପୁଲିସ୍‌ ଓ କଟକ ମହାନଗର ନିଗମ କର୍ମଚାରୀମାନଙ୍କ ସହାୟତାରେ ଫୁଟପାତ୍‌ରେ ଓ ରାସ୍ତାକଡରେ ବସୁଥିବା ଉଠାଦୋକାନୀମାନଙ୍କୁ ଦିନରେ ଓ ରାତିରେ ଉଠାଇ ରାସ୍ତାକୁ ଅବରୋଧ ମୁକ୍ତ କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+