୧୧ ବର୍ଷ ପରେ ଆଜି ହେବ ମହାପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା
ମହାପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା । ୧୧ ବର୍ଷ ପରେ ଆଜି ହେବ ହାଣ୍ଡିଭଙ୍ଗା ଯାତ। ଏକାଠି ହେବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ, ବାସୁଦେବ, ମା'ପାର୍ବତୀ, କପିଳେଶ୍ୱର ଓ ଶନିଶ୍ୱର । ପୂରଣ ହେବ ଶ୍ରଦ୍ଧାଳୁ ଆଉ ସେବାୟତଙ୍କ ଦେବନୀତି ଦର୍ଶନର ଉତ୍କଣ୍ଠା। ସେବାୟତଙ୍କ ବିବାଦ ଲାଗି ବନ୍ଦ ଥିଲା ଏହି ଯାତ୍ରା ।

ଦୀର୍ଘ ବର୍ଷ ଧରି ଖୁଣ୍ଟିଆ ଓ ମଲିଆ ସେବାୟତ ମଧ୍ୟରେ ଥିଲା ବିବାଦ । ଯାହାଫଳରେ ମହାପ୍ରଭୁଙ୍କର ଏହି ଯାତ୍ରା ହୋଇପାରୁନଥିଲା । ତେବେ ବିବାଦ ତୁଟାଇବା ପାଇଁ ସ୍ୱତନ୍ତ୍ର ସର୍କିଟ ହାଉସ ଠାରେ ଖୋର୍ଦ୍ଧା ଜିଲ୍ଲାପାଳ ଅମୃତ ଋତୁରାଜଙ୍କ ଅଧ୍ୟକ୍ଷତାରେ କପିଳେଶ୍ୱର ମନ୍ଦିର ଟ୍ରଷ୍ଟବୋର୍ଡ ବୈଠକ ହୋଇଥିଲା। ୧୯ ତାରିଖରେ ମଧ୍ୟ ସର୍କିଟ ହାଉସରେ ବୈଠକ ବସିଥିଲା । ତେବେ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, କପିଳେଶ୍ୱରଙ୍କ ଖୁଣ୍ଟିଆ ଓ ମଲିଆ ସେବାୟତଙ୍କ ସେବାସ୍ୱତ୍ତ୍ୱ ଚୁଡାନ୍ତ କରିବାକୁ ୩ ଜଣିଆ ନ୍ୟାୟିକ କମିଟି ଗଠନ ହେବ। କିନ୍ତୁ ଏବେ ହାଣ୍ଡିଭଙ୍ଗା ଯାତ ଲାଗି ଏକ ଅନ୍ତରୀଣ ସେବା ପୂଜା ତାଲିକା କରାଯାଇଛି। ଏହି ଅନ୍ତରୀଣ ତାଲିକା ଅନୁଯାୟୀ ଖୁଣ୍ଟିଆ ସେବାୟତମାନେ ଶନିବାର ଭୋର ୪ଟାରେ ମନ୍ଦିରରେ ପହଞ୍ଚି ମଙ୍ଗଳ ଆଳତୀ କରିଛନ୍ତି । ଠାକୁରଙ୍କ ଦିନ ତମାମର ୪ ବେଳା ପାଇଁ କୋଠ ବ୍ୟଞ୍ଜନାଦି ପ୍ରସ୍ତୁତି ଓ ସମର୍ପଣ କରିବେ । କିନ୍ତୁ ବରାଦି ଭୋଗ ପ୍ରସ୍ତୁତି ଏବଂ ସେହି ସନ୍ଧ୍ୟାରେ ଶ୍ରୀଲିଙ୍ଗରାଜ-କପିଳେଶ୍ୱରଙ୍କ ଭେଟ ଆଳତୀ ନୀତି ମଲିଆ ସେବାୟତଙ୍କ ଦ୍ୱାରା କରାଯିବ। ଅନ୍ତରୀଣ ସେବା ସ୍ୱତ୍ତ୍ୱକୁ ମାନିବେ ଖୁଣ୍ଟିଆ ଓ ମଲିଆ ସେବାୟତ।
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications