କିଛି ଦିନର ଆଶ୍ୱସ୍ତି ପରେ , ଆଜିଠୁ ପୁଣି ପଢ଼ିବ ତାପମାତ୍ରା

ସାମାନ୍ୟ ଆଶ୍ବସ୍ତି ପରେ କାଲିଠୁ ପୁଣି ଜଳାଇବ । ୬ ଡିଗ୍ରୀ ବଢିବ ତାପମାତ୍ରା । କାଳବୈଶାଖୀ ପରେ ଆଜି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ମଧ୍ୟରେ କିଛି ଅଞ୍ଚଳକୁ ଛାଡିଦେଲେ ଅବଶିଷ୍ଟ ରାଜ୍ୟରେ ପାଗ ଶୁଖିଲା ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତସିଂହପୁରର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସମ୍ଭାବନା ରହିଛି ।

temperatures

ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ପଶ୍ଚିମା ଝଡ଼ ଅପସରି ଯାଇଥିବାରୁ ଆଜିଠୁ ପାରଦ ଉପରମୁହାଁ ହେବ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଫଳରେ ଦିନ ଓ ରାତିରେ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସେପଟେ କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । କାଳବୈଶାଖୀ ବର୍ଷା ଓ ପବନରେ ବ୍ୟାପକ କ୍ଷତି ପରେ ଗ୍ରାଉଣ୍ଡରେ ବୁଲୁଛନ୍ତି ମନ୍ତ୍ରୀ । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷିର ପ୍ରଭାବିତ ଅଞ୍ଚଳ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ବାଙ୍ଗିରିପୋଷିର ବିଭିନ୍ନ ପ୍ରଭାବିତ ଅଞ୍ଚଳରେ ପହଞ୍ଚିବା ପରେ ଲୋକଙ୍କ ସହ ଆଲୋଚନା କରିଛନ୍ତି । କ୍ଷତିଗ୍ରସ୍ତଙ୍କୁ ଭେଟି କ୍ଷତିପୂରଣ ଦେବା ପାଇଁ ପ୍ରତିଶ୍ରୁତି ବି ଦେଇଛନ୍ତି ମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+