ଧରାବତରଣ କରିଛନ୍ତି ପ୍ରଭୁ ଶ୍ରୀକୃଷ୍ଣ; ଶ୍ରୀମନ୍ଦିରରେ ଆଜି ନନ୍ଦୋତ୍ସବ ନୀତି
ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିଛନ୍ତି । ସବୁଆଡେ ଉତ୍ସବ । ସମସ୍ତେ କୃଷ୍ଣକୁ ଦେଖି ଆତ୍ମ ବିଭୋର୍ । ଚାରିଆଡେ ଉତ୍ସାହ । ଶ୍ରୀମନ୍ଦିରରେ ଆଜି ନନ୍ଦୋତ୍ସବ ନୀତି ପାଳିତ ହେବ ।
ସୁଚନା ଯୋଗ୍ୟ, ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ । ପରେ ମଇଲମ ଓ ଅନ୍ୟାନ୍ୟ ନୀତି ହେବ । ଏହି ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ ।
ପରେ ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣି ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଆଣି ଖଟ ଉପରେ ବିଜେ କରାଇବେ ।
ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ । ଭରତିଆ ଗୌଡ଼, ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି ।

,
ସୂଚନା ଅନୁସାରେ, ମଙ୍ଗଳବାର ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଜେଉଡ଼ା ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା । ସନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା । ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଜେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖା ଯାଇଥିଲା ।
ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜ ଓ ଯଶୋଦାରାଣୀଙ୍କ ଆନନ୍ଦକୁ ମନେ ପକାଇବାପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନ କରିଥାନ୍ତି ଓ ନିଜର ଉପବାସ ଭାଙ୍ଗି ବଡ଼ି ସକାଳୁ ମିଷ୍ଟାନ୍ନ ଆଦାନ ପ୍ରଦାନ କରିଥାନ୍ତି ଓ ସେବନ କରିଥାନ୍ତି ।
ନନ୍ଦୋତ୍ସବ ପାଇଁ ଚାରିଆଡେ ଉତ୍ସବ ମୁଖର । ଶ୍ରୀକୃଷ୍ଣ ମନ୍ଦିର ସବୁଠି ଚଳଚଞ୍ଚଳ । ସମସ୍ତେ ଉଲ୍ଲସିତ । ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ଠାରୁ କଂସ ବଦ୍ଧ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ ।












Click it and Unblock the Notifications