ବିଜେପି ସରକାର ଆସିବା ପରେ ୧୭ ମାସରେ ୩୭,୯୧୬ ଜଣଙ୍କୁ ମିଳିଛି ନିଯୁକ୍ତି, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଜେପି ସରକାରର ୧୭ ମାସରେ ୩୭,୯୧୬ ଜଣଙ୍କୁ ମିଳିଛି ନିଯୁକ୍ତି। ନିଯୁକ୍ତି ମେଳାରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ତ୍ରୟୋଦଶ ନିଯୁକ୍ତି ମେଳାରେ ୩ ବିଭାଗରେ ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୫ ବର୍ଷରେ ଦେଢ଼ ଲକ୍ଷ ସରକାରୀ ନିଯୁକ୍ତି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲୁ'। ନିଯୁକ୍ତି ବୃଦ୍ଧି ପାଇଁ ସରକାର ଏ ଦିଗରେ କାର୍ଯ୍ୟ କରୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମ ୨ ବର୍ଷରେ ୬୫ ହଜାର ନିଯୁକ୍ତି ଦେବା ପାଇଁ ଟାର୍ଗେଟ୍‌ ରଖାଯାଇଛି ।

cm

ସୂଚନା ଯୋଗ୍ୟ ଯେ ଆଜି ରାଜ୍ୟସ୍ତରୀୟ ନିଯୁକ୍ତି ମେଳାର ଆୟୋଜନ ହୋଇଛି । ଏଥିରେ ନୂତନ ଭାବେ ଚୟନ ହୋଇଥିବା ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ତ୍ତ ବିଭାଗ, ଜଳ ସମ୍ପଦ ବିଭାଗ ନଗର ଉନ୍ନୟନ ବିଭାଗର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି । ଜଳ ସମ୍ପଦ ବିଭାଗର ୨୫୨ ଜଣ, ପୂର୍ତ୍ତ ବିଭାଗର ୧୯୭ ଜଣ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୧୪୨ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଛି । ଏହାସହ ୪୨୫ କୋଟି ଟଙ୍କାର ନୂତନ ଜଳ ସେଚନ ପ୍ରକଳ୍ପର ଉଦଘାଟନ ଏବଂ ୨୦୬୩ କୋଟି ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ଭିସି ଜରିଆରେ ଏହି ସବୁ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତିପ୍ରସ୍ଥର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜିର ଏହି କାର୍ଯ୍ୟକ୍ରମରେ ପୂର୍ତ୍ତ ମନ୍ତ୍ରୀ ପୃଥିବୀରାଜ ହରିଚନ୍ଦନ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଳ ସମ୍ପଦ ବିଭାଗ ଅନୁ ଗର୍ଗ ଏବଂ ପ୍ରମୁଖ ସଚିବ ନଗର ଉନ୍ନୟନ ବିଭାଗ ଉଷା ପାଢ଼ୀ ଉପସ୍ଥିତ ରହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+