ବର୍ଷା ପରେ ପୁଣି ଫେରିବ ଶୀତ, ଥରିବ ସାରା ଓଡ଼ିଶା

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ଥିବାବେଳେ ୨୧ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହିତ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୨ତାରିଖରୁ ପାଗରେ ପରିବର୍ତ୍ତନ ଆସିବ। ପାଗ ମେଘୁଆ ଯୋଗୁଁ ସାରା ରାଜ୍ୟରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଦାରିଙ୍ଗବାଡି, ସେମିଳିଗୁଡା, ଫୁଲବାଣୀ, ଜି.ଉଦୟଗିରି ଆଦି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୧୫ଡିଗ୍ରୀ ପହଞ୍ଚିଲାଣି।

winter

ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ୍‌ ରାଉରକେଲାରେ ୮.୪ ଡିଗ୍ରୀ ଥିବାବେଳେ ସୁନ୍ଦରଗଡ଼ ୧୦.୫, ଝାରସୁଗୁଡ଼ା ୧୦.୪, କିରେଇ ୧୧.୩, ଭୁବନେଶ୍ବର ୨୦.୪ ଏବଂ କଟକରେ ୧୮.୫ ଡିଗ୍ରୀ ରେକର୍ଡ ହୋଇଛି। ସୁନ୍ଦରଗଡ଼ ଏବଂ ଝାରସୁଗୁଡା ଜିଲାରେ ଶୀତ ଲାଗି ରହିଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ କମିଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ପରେ ପାରଦ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ । ଫଳସ୍ବରୂପ ଶୀତ ଫେରିବ। ଗୁରୁବାର ଗଞ୍ଜାମ ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+