କମୁନି ସ୍କ୍ରବ୍ ଟାଇଫସ: ସୁନ୍ଦରଗଡ଼ରେ ମୋଟ୍ ପଜିଟିଭଙ୍କ ସଂଖ୍ୟା ୪୩୦ରେ ପହଞ୍ଚିଲା
କମୁନି ସ୍କ୍ରବ୍ ଟାଇଫସ । ପୁଣି ୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ଫଳରେ ସୁନ୍ଦରଗଡରେ ମୋଟ ପଜିଟିଭଙ୍କ ସଂଖ୍ୟା ୪୩୦ରେ ପହଞ୍ଚିଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଧରଣୀରଞ୍ଜନ ଶତପଥୀ ଏ ନେଇ ସୂଚନା ଦେଇଛନ୍ତି ।
ଗତ ଜାନୁ୍ଆରିରୁ ଆଜିର ପର୍ଯ୍ୟନ୍ତ ୪୩୦ ଜଣ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ।
ତେବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀରଞ୍ଜନ ଶତପଥୀ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି । ଠିକ୍ ସେହି ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି । ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି ।

ଚିଗର ନାମକ କୀଟ କାମୁଡ଼ିଲେ ଏହି ରୋଗ ହୋଇଥାଏ । କିନ୍ତୁ ଏହି କୀଟକୁ ଚିହ୍ନିବା କଷ୍ଟକର । ଏହି କୀଟ ପଶୁମାନଙ୍କ ଦେହରେ ବି ରହିଥାଏ । ଏହି କୀଟ କାମୁଡ଼ିଲେ ମୁଖ୍ୟତଃ ଜ୍ଵର, ଆଣ୍ଠୁ ଗଣ୍ଠି ଘୋଳାବିନ୍ଧା ଲାଗି ରହିଥାଏ । ମୃତ୍ୟୁ ଆଶଙ୍କା ଥିବାରୁ ଏ ନେଇ ସତର୍କ ରହିବା ଜରୁରୀ । ଚାଷଜମି ଓ ଜଙ୍ଗଲ ଯାଉଥିବା ଲୋକଙ୍କୁ ଏହି କୀଟ କାମୁଡ଼ିବା ସମ୍ଭାବନା ଅଧିକ ହୋଇଥାଏ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ।
ଶରୀରର ଯେଉଁ ସ୍ଥାନକୁ ଏହି କୀଟ କାମୁଡିଥାଏ, ସେଠାରେ ସ୍କିନ୍ ଡେଡ୍ ହୋଇଯାଏ । ଯାହାକୁ ଏଚାର ବୋଲି କୁହାଯାଏ । ଏହାର ପରୀକ୍ଷା ସବୁ ଜିଲ୍ଲା ହସ୍ପିଟାଲରେ ଏଲିଶା ପଦ୍ଧତିରେ ହୋଇଥାଏ ।
ସ୍କ୍ରବ୍ ଟାଇଫସ୍ ରୋଗ ହେଲେ 5 ରୁ 6 ଦିନ ପର୍ଯ୍ୟନ୍ତ ଜ୍ୱର ରହିଥାଏ । ତେଣୁ ଯାହାର ଜ୍ୱର ନ କମୁଛି, ସେ ସ୍କ୍ରବ୍ ଫାଇଟସ୍ ପରୀକ୍ଷା କରାଇ ନେବା ଜରୁରୀ ବୋଲି ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।












Click it and Unblock the Notifications