ବାରମ୍ବାର ବାରମ୍ବାର ବାତିଲ ହେଲା ବିମାନ ରାଗିଗଲେ ଯାତ୍ରୀ, ବସିଲେ ଧାରଣାରେ

ବାରମ୍ବାର ବାରମ୍ବାର ବିମାନ ବାତିଲ ହେବା ପରେ ତାତିଛନ୍ତି ଯାତ୍ରୀ। ଅସନ୍ତୋଷ ପ୍ରକାଶ କରିବା ସହ ବିମାନ ବନ୍ଦରରେ ଧାରଣାରେ ବସିଛନ୍ତି ୬୦ରୁ ଅଧିକ ଯାତ୍ରୀ। ଏପରି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ।

Bijupattanaik Airport

ଭୁବନେଶ୍ୱରରୁ ହାଇଦ୍ରାବାଦ ଯିବାକୁ ଥିବା ବିମାନ IX 2932 ଗତକାଲି ସକାଳ ୯ ଟା ୫୫ରେ ଥିବାବେଳେ କୌଣସି କାରଣ ପାଇଁ ବାତିଲ ହୋଇଥିଲା। ଏହି ବିମାନ ଆଜି ସକାଳ ୮ଟା ୪୫କୁ ଧାର୍ଯ୍ୟ କରାଯାଇଥିଲା। ଆଜି ସକାଳେ ନିଜର ଗନ୍ତବ୍ୟ ସ୍ଥଳକୁ ଯିବା ପାଇଁ ଯାତ୍ରୀମାନେ ବିମାନ ବନ୍ଦରରେ ପହଞ୍ଚିଥିଲେ। ହେଲେ ଆଜି ବି ସେହି ବିମାନ ବାତିଲ ହୋଇଯାଇଥିଲା।

ବାରମ୍ବାର ବାରମ୍ବାର ବିମାନ ବାତିଲ ହେବା ଯୋଗୁ ଯାତ୍ରୀମାନେ ନିଜ ନିଜର ଗନ୍ତବ୍ୟ ସ୍ଥଳକୁ ଯାଇ ନପାରିବାରୁ ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି। ଏହାକୁ ନେଇ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଯାତ୍ରୀମାନେ ବିମାନବନ୍ଦର ୬ ନମ୍ବର ଗେଟ୍‌ରେ ହୋହଲ୍ଲା କରିବା ସହ ଧାରଣାରେ ବସିଛନ୍ତି। ଏହି ଘଟଣା ପରେ ଗାର୍ଡମାନେ ପହଞ୍ଚି ଯାତ୍ରୀମାନଙ୍କୁ ବୁଝାସୁଝା କରୁଥିବା ଜଣାଯାଇଛି। ଅନ୍ୟ ପକ୍ଷରେ ଯାତ୍ରୀମାନେ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ଯିବାପାଇଁ ବିମାନ ସେବା ଯୋଗାଇ ଦିଆଯାଉ ବୋଲି ଅଡ଼ି ବସିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+