ପୁଣି ପ୍ରବଳ ବର୍ଷା: ଲାଗିବନି ବ୍ରେକ, ଆସୁଛି ଦୁଇ ଦୁଇଟି ଲଘୁଚାପ

ଆସୁଛି ଦୁଇ ଦୁଇଟି ଲଘୁଚାପ । ପୁଣି ହେବ ବର୍ଷା। ଲାଗିବନି ବେକ୍ । ଆଜି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ ।

rain

ଏହାର ପ୍ରଭାବରେ ୨୫ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମାଲକାନଗିରି, ନବରଙ୍ଗପୁର, ନୂଆପଡା, କନ୍ଧମାଳ , ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ଏବଂ କଳାହାଣ୍ଡି ଜିଲ୍ଲାରେ କିଛି ସ୍ଥାନରେ ହାଲୁକାରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୨୫ ତାରିଖରେ ୨୨ଟି ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୧୪.୨ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୯.୯ ମିମି ତୁଳନାରେ ୪୪ ପ୍ରତିଶତ ଅଧିକ ରହିଛି ।

୨୪ ଘଣ୍ଟାରେ ମୟୂରଭଞ୍ଜ ନାୱନାରେ ୧୦୫.୪ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଉଦଳାରେ ୮୯.୪, କପ୍ତିପଦାରେ ୮୪ କଟକ ବାଙ୍କୀରେ ୬୨ ମିମି ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ସୁଦ୍ଧା ୮ ଜିଲ୍ଲାରେ ୨୦ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୩ଜିଲ୍ଲା ପୁରୀ, ବୌଦ୍ଧ, ସୋନପୁରରେ ୬୦ପ୍ରତିଶତରୁ ଅଧିକ ନିଅଣ୍ଟିଆ ବର୍ଷା ହୋଇଛି । ୫ଜିଲ୍ଲାରେ ହୋଇଛି ସ୍ବାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି । ଜୁଲାଇ ମାସରେ ହାରାହାରି ୩୩୯.୯ ମିମି ବର୍ଷା ହୋଇଛି ।

ସେପଟେ ୨୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ ହୋଇଛି । ଏହାର ପ୍ରଭାବରେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଭାରି ବର୍ଷା ନେଇ ସେ ସତର୍କ କରାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+