For Quick Alerts
Turn On Notification  
For Daily Alerts
Oneindia App Download

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା କହିଲେ କୃଷି ମନ୍ତ୍ରୀ

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ଲକ୍ଷେ ଟପିଛି । ଆଜି ବିଧାସନଭାରେ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ।

|

ଭୁବନେଶ୍ୱର: କାଳିଆ ଯୋଜନାରେ ବିବାଦାୟୀ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟାକୁ ନେଇ ବିଧାନସଭାରେ ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ । କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ଲକ୍ଷେ ଟପିଛି । ଆଜି ବିଧାସନଭାରେ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ।

Arun Sahoo

କାଳିଆରେ ମୋଟ ୧ ଲକ୍ଷ ୪ ହଜାର ୭୬ ଜଣ ଅଯୋଗ୍ୟ ଘୋଷିତ ହୋଇଥିବା ମନ୍ତ୍ରୀ ଉତ୍ତର ରଖିଛନ୍ତି। ସେପଟେ ବିଧାୟକ ପ୍ରଫୁଲ ସାମଲଙ୍କ ପ୍ରଶ୍ନର ଉତ୍ତର ରଖି କୃଷି ମନ୍ତ୍ରୀ କହିଛନ୍ତି କାଳିଆରେ ୫୬ ଲକ୍ଷ ୧୪ ହଜାର ୭୦୭ ଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି ।

ସେପଟେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପ୍ରଶ୍ନର ଉତ୍ତର ରଖି ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷ ୫୦ ହଜାର ୮୭୩ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୭ ଲକ୍ଷ ୪ ହଜାର ୭୩୩ ଜଣ ଭୂମିହୀନ କୃଷକ ପରିବାର ଉପକୃତ ହୋଇଥିବା କୃଷି ମନ୍ତ୍ରୀ କହିଛନ୍ତି । ତେବେ ଯେଉଁମାନେ ଏଯାଏଁ ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରି ନାହାନ୍ତି, ସେମାନେ କାଳିଆ ୱେବ୍ ପୋର୍ଟାଲରେ ଆବଶ୍ୟକ ଡକ୍ୟୁମେଣ୍ଟ୍ ସହ ଅନଲାଇନ୍ ଆବେଦନ କରିପାରିବେ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Agriculture Minister said the number of ineligible beneficiaries in the Kalia scheme
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X