Get Updates
Get notified of breaking news, exclusive insights, and must-see stories!

କୃଷି ଓଡିଶା-୨୦୨୩ ଉଦ୍‌ଘାଟିତ, ଚାଷୀଙ୍କ ରୋଜଗାର ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡିଶା’ ଉଦ୍‌ଘାଟନ କରିଛନ୍ତି ।

CM Naveen Patnaik

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ 'କୃଷି ଓଡିଶା' ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ କୃଷକ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଫାର୍ମ ମେକାନାଇଜେସନ ଓ ଫସଲ ବିବିଧତା ଉପରେ ଗୁରୁତ୍ବ ଆରୋପ କରି ଚାଷୀ ମାନଙ୍କୁ ନୂଆ ନୂଆ ଟେକ୍‌ନୋଲୋଜିର ବ୍ୟବହାର କରିବା ସହିତ ଅଧିକ ପରିମାଣରେ ଅଣଧାନ ଅର୍ଥକରୀ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ କୃଷି ଓଡିଶା-୨୦୨୩ ଆଜି ଠାରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଟେକ୍‌ନୋଲୋଜି ହେଉଛି ବିକାଶର ଆଧାର । କୃଷି କ୍ଷେତ୍ରରେ ମଧ୍ୟ ଟେକ୍‌ନୋଲୋଜିର ବହୁତ ଆବଶ୍ୟକତା ରହିଛି । ଏ ବର୍ଷ ମେଳାରେ କୃଷି କ୍ଷେତ୍ରରେ ନୂଆ ଟେକ୍‌ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଥିବାରୁ ସେ ଖୁସି ପ୍ରକାଶ କରିଥିଲେ । ଚାଷୀମାନେ ସମସ୍ତେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବେ, ବ୍ୟବହାର କରିବେ ଏବଂ କୃଷି କ୍ଷେତ୍ରରେ ସଫଳ ହୋଇ ନିଜର ଓ ନିଜ ରାଜ୍ୟର ଉନ୍ନତିରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, କୃଷି ଓ କୃଷକମାନଙ୍କ ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ । କୃଷି କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ହୋଇପାରିଛି। ଖାଦ୍ୟରେ ଅଭାବ ଥିବା ଏକ ରାଜ୍ୟରୁ ଆଜି ଆମେ ଖାଦ୍ୟଶସ୍ୟରେ ଏକ ବଳକା ରାଜ୍ୟ ହୋଇ ସାରା ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଇ ପାରୁଛୁ ବୋଲି ସେ କହିଥିଲେ । କାଳିଆ ଯୋଜନା ଦ୍ବାରା ଚାଷୀ ମାନଙ୍କୁ ରୋଜଗାର ସୁରକ୍ଷା ମିଳିପାରିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଫାର୍ମ ମେକାନାଇଜେସନ ଉପରେ ଗୁରୁତ୍ବ ଦିଆଯାଇ ଫସଲ ଉତ୍ପାଦକତା ବଢାଇବା ପାଇଁ ଉଦ୍ୟମ ଜାରି ରହିଛି । ପଣସ ମିଶନ, ଛତୁ ମିଶନ ଆଦି ସ୍ବତନ୍ତ୍ର ମିଶନ ଜରିଆରେ ଚାଷୀଙ୍କ ରୋଜଗାର ସହିତ ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟ ଗୁରୁତ୍ବ ଦିଆଯାଉଛି । ଆମର ମିଲେଟ ମିଶନ ଆଜି ସାରା ଦେଶ ଓ ବିଶ୍ବର ଦୃଷ୍ଟି ଆକର୍ଷଣ କରିପାରିଛି ବୋଲି ମତଦେଇ ସେ କହିଥିଲେ ଯେ ଏହା ଆମର ମିଶନ ଶକ୍ତି ମା ମାନଙ୍କର ରୋଜଗାର ବଢାଇବାରେ ମଧ୍ୟ ସହାୟକ ହୋଇ ପାରିଛି।

'କୃଷି ଓଡିଶା'ରେ ଉପସ୍ଥିତ ଥିବା WFP, IFAD ଏବଂ FAO ପରି ସଂସ୍ଥାର ପ୍ରତିନିଧି ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କୃଷି କ୍ଷେତ୍ରରେ ସେମାନଙ୍କ ନିରନ୍ତର ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଅବସରରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିଜର ଅଭିଭାଷଣ ରଖି କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ କୃଷି ବିଭାଗ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛି । କୃଷକ ମାନଙ୍କ ଆୟବୃଦ୍ଧିରେ କୃଷି ଆନୁସଂଗିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦିଆଯାଇ ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶା ମାଛ, ମାଂସ, ଅଣ୍ଡା ଓ ଦୁଗ୍‌ଧ ଉତ୍ପାଦନରେ ସ୍ବାବଲମ୍ବୀ ହୋଇପାରିବା ସହିତ ଚାଷୀ ମାନଙ୍କ ରୋଜଗାର ମଧ୍ୟ ବୃଦ୍ଧି କରାଯାଇପାରିଛି ବୋଲି ସେ କହିଥିଲେ ।

ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିକାଶ ପ୍ରମୁଖ ସଚିବ ଡଃ ଅରବିନ୍ଦ ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+