କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍‌ ଟାଇଫସ୍‌ରେ ଆକ୍ରାନ୍ତ

କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍‌ ଟାଇଫସ୍‌ରେ ଆକ୍ରାନ୍ତ । କ୍ୟାପିଟାଲ ହସ୍ପିଟାଲରେ ରକ୍ତ ନମୁନା ପରୀକ୍ଷାରୁ ସ୍ପଷ୍ଟ । ଘରେ ରହି ଚିକିତ୍ସିତ ହେଉଛନ୍ତି ଅରବିନ୍ଦ ପାଢ଼ୀ । ସ୍କ୍ରବ୍‌ ଟାଇଫସ୍‌ରେ ଆକ୍ରାନ୍ତ ନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି । କୃଷି ସଚିବ ଅରବିନ୍ଦ ପାଢ଼ୀ ଦୁଇ ଦିନ ତଳେ କ୍ୟାପିଟାଲ ହସ୍ପିଟାଲରେ ରକ୍ତ ନମୁନା ପରୀକ୍ଷା କରାଇଥିଲେ । ନମୁନା ପରୀକ୍ଷା ପଜିଟିଭ ଆସିଛି । ବର୍ତ୍ତମାନ ସେ ଘରେ ରହି ଚିକିତ୍ସିତ ହେଉଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି।

ରାଜ୍ୟବ୍ୟାପି ମାଡ଼ିଗଲାଣି ସ୍କ୍ରବ ଟାଇଫସ। କେବଳ ଗ୍ରାମାଞ୍ଚଳ ନୁହେଁ, ସହରାଞ୍ଚଳକୁ ବି ବ୍ୟାପିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨ ହଜାର ୭୭ ଜଣଙ୍କର ସ୍କ୍ରବ ଟାଇଫସ ପରୀକ୍ଷା ହୋଇଥିବାବେଳେ ଚିହ୍ନଟ ହୋଇଛନ୍ତି ୨ ହଜାର ୮ ଶହ ୨୦ରୋଗୀ ଚିହ୍ନଟ ହୋଇଛନ୍ତି।

aravind_padhi

କେନ୍ଦ୍ରୀୟ ଟିମ ସ୍କ୍ରଵ ଟାଇଫସ ସମୀକ୍ଷା କରିବାକୁ ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର ଓ ବୁର୍ଲା ମେଡିକାଲ ମେଡିକାଲ ଯାଇଥିଲେ। ସେମାନେ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ ।

ସୁନ୍ଦରଗଡ ଜିଲ୍ଲାରେ ପୁଣି ଆଉ 20 ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ପରେ ଆକ୍ରାନ୍ତଙ୍କ ସଂଖ୍ୟା 327 କୁ ବୃଦ୍ଧି ପାଇଛି । ଏହା ପୂର୍ବରୁ ଗତକାଲି 4 ଜଣ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ।

ଏହି ରୋଗ କେବଳ ସୁନ୍ଦରଗଡ଼ ନୁହେଁ ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି । ପଶ୍ଚିମ ଓଡିଶା ପରେ ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । କିଛି ଦିନ ପୂର୍ବରୁ ସ୍କ୍ରବ୍ ଟାଇଫସ୍ ର ସ୍ଥିତି ପରଖିବା ପାଇଁ ଏକ 4 ଜଣିଆ କେନ୍ଦ୍ରୀୟ ଟିମ୍ ଜିଲ୍ଲାରେ ପହଞ୍ଚିଥିଲେ ।

ଚିଗର୍ସ ନାମକ କୀଟ କାମୁଡିଲେ ହୋଇଥାଏ ସ୍କ୍ରବ ଟାଇଫସ୍ । ଆଉ ଏହା ଦ୍ୱାରା ଜ୍ୱର ହୁଏ , ଆଉ ଜ୍ୱର ନ କମିଲେ ଏହା ଶରୀର ପାଇଁ ଘାତକ ବି ହୋଇପାରେ । ବର୍ଷା ଦିନରେ ଏହା ବ୍ୟାପିବା ସମ୍ଭାବନା ଅଧିକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+