ଆଜି ଅକ୍ଷୟ ତୃତୀୟା, ଅନୁକୂଳ ହେବ ରଥ ନିର୍ମାଣ

ପୁରୀ: ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ । ତାହା ମଧ୍ୟରୁ ଅକ୍ଷୟ ତୃତୀୟା ହେଉଛି ଅନ୍ୟତମ । ଆଉ ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ଦିନିଆ ଚନ୍ଦନ ଯାତ୍ରା । ଏହାସହ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ତିନି ରଥ ନିର୍ମାଣ ଲାଗି ଆଜି ରଥକାଠ ଅନୁକୂଳ ହେବ ।

ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେଉଛି । ଅପରାହ୍ନ ସାଢେ ୩ଟାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଓ ରାମକୃଷ୍ଣ ବିମାନକୁ ବିଜେ କରିବା ପରେ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ବିମାନ ସହ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ।

Ratha katha anukula rituals

ଅନ୍ୟପଟେ ଆଜି ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ । ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଥଖଳା ପ୍ରସ୍ତୁତ ହେଉଛି । ୩ ଟି ୧୨ ଫୁଟିଆ ଧଉରା କାଠକୁ ସାଇତା ଯାଇଛି । ବନଯାଗ ବିଧାରେ ପୂଜା ସମ୍ପାଦନା କରିବେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣ ଆଦି । ଉକ୍ତ କାଠରେ ରଥ ନିର୍ମାଣର ଶୁଭାରମ୍ଭ କରିବେ ବିଶ୍ୱର୍କମା ।

ଶ୍ରୀନହର ସାମ୍ନାରେ ରଥ ନିର୍ମାଣ ପାଇଁ ରଥଚାଳି ନିର୍ମାଣ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ନୀତି ନିର୍ଘଣ୍ଟ ଅନୁସାରେ ଅପରାହ୍ଣ ୪ଟାରେ ଚନ୍ଦନ ଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ବିଜେ ହେବେ ଶ୍ରୀଜିଉଙ୍କ ଆଜ୍ଞମାଳ । ତିନି ଜଣ ପୂଜାପଣ୍ଡା ସାମନ୍ତ ଆଣିବେ ୩ଟି ଆଜ୍ଞାମାଳ । ମୁଖ୍ୟ ବିଶ୍ୱକର୍ମା ରୂପକାର, କମାର, ଚିତ୍ରକର, ଭୋଇ, ଅମୀନ ସେବକମାନେ ଉପସ୍ଥିତ ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+