ରାଜ୍ୟରେ ସମସ୍ତ ଯୋଗ୍ୟଚାଷୀଙ୍କୁ ମିଳିବ ପିଏମ୍ କିଷାନ ସହାୟତା ଟଙ୍କା: ଧର୍ମେନ୍ଦ୍ର
ଓଡ଼ିଶା ସରକାର ପଠାଉଥିବା ସମସ୍ତ ଯୋଗ୍ୟଚାଷୀଙ୍କୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ବାର୍ଷିକ ୬ ହଜାର ଲେଖାଏଁ ସହାୟତା ଟଙ୍କା ମିଳିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଜଗତସିଂହପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ସମେତ ଭାରତ ବର୍ଷର ୯ ଲକ୍ଷ ଚାଷୀଙ୍କ ବ୍ୟାଙ୍କ୍ ଖାତାକୁ ୧୮ ହଜାର କୋଟି ଟଙ୍କା ପଠାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ଭଳି ସୁଶାସନର ପରିଚୟ ଦେଇଛନ୍ତି । ଓଡ଼ିଶା ସରକାର ପଠାଉଥିବା ସମସ୍ତ ଯୋଗ୍ୟଚାଷୀଙ୍କୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ବାର୍ଷିକ ୬ ହଜାର ଲେଖାଏଁ ସହାୟତା ଟଙ୍କା ମିଳିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶୁକ୍ରବାର ସୁଶାସନ ଦିବସ ଅବସରରେ ଆୟୋଜିତ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଓ ଚାଷୀଙ୍କ ଆଲୋଚନାରେ ଜଗତସିଂହପୁର ଏରସମା ଜପାରୁ ସାମିଲ ହେବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ଅଟଳଜୀଙ୍କ ସୁଶାସନ ଏବଂ ଦାୟିତ୍ୱ ଅଟଳଜୀଙ୍କ ପ୍ରତିଟି ଶବ୍ଦ ୨୦୧୪ ମସିହାରୁ ମୋଦି ସରକାରଙ୍କ ମାର୍ଗଦର୍ଶକ । ଅଟଳଜୀଙ୍କୁ ପାଥେୟ କରି ଆଜି ପ୍ରଧାନମନ୍ତ୍ରୀ ଭାରତବର୍ଷର ୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ୧୮ହଜାର କୋଟି ଟଙ୍କା ପଠାଇ ସୁଶାସନର ପରିଚୟ ଦେଇଛନ୍ତି । ଓଡ଼ିଶା ସରକାର ଯେତେ ମଧ୍ୟ ଯୋଗ୍ୟଚାଷୀଙ୍କ ତାଲିକା
ପଠାଇବେ,ସେମାନଙ୍କୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିରେ ବାର୍ଷିକ ୬ ହଜାର ଲେଖାଏଁ ଟଙ୍କା ବ୍ୟାଙ୍କ୍ ଖାତାକୁ ପଠାଯିବ ବୋଲି ମୋଦି ସରକାର ସ୍ପଷ୍ଟ କରିଛନ୍ତି ।
ଆଧୁନିକ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସୁଶାସନର ପରିଚୟ ଦେଇ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଟଙ୍କା ପଠାଇବାର ବ୍ୟବସ୍ଥା କରିଥିବା ବେଳେ ଓଡ଼ିଶାରେ ରାଜ୍ୟ ସରକାର ଯୋଗ୍ୟ ଚାଷୀମାନଙ୍କର ତାଲିକା ପଠାଇନପାରିବା ଦୁର୍ଭାଗ୍ୟଜନକ । ରାଜ୍ୟ ସରକାର କାଳିଆ ଯୋଜନାରେ ଚାଷୀଙ୍କୁ ଟଙ୍କା ପଠାଇବା ପାଇଁ କହିଥିବା ବେଳେ କାଳିଆ ଟଙ୍କା କୁଆଡେ ଗଲା ବୋଲି ଧର୍ମେନ୍ଦ୍ର ପ୍ରଧାନ ପ୍ରଶ୍ନ କରିଛନ୍ତି ।
ମୋଦି ସରକାରରେ 'ଅନ୍ନଦାତା'ଙ୍କ ହାତମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନାରେ ଜରିଆରେ ମୋଟ ୬୦ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି । ନୂଆ କୃଷି ଆଇନରେ ଆମ ଚାଷୀମାନଙ୍କ ପାଇଁ ଚାଷର ସମ୍ଭାବ୍ୟ ବ୍ୟବହାରକୁ ବଢ଼ାଇବା ସହ ସେମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ପଦକ୍ଷେପ ନିଆଯାଇଛି । ମାତ୍ର ଦେଶ ଏବଂ ରାଜ୍ୟରେ ଲମ୍ବା ସମୟ ଧରି ଶାସନରେ ଥିବା ସତ୍ୱେ ଚାଷୀଙ୍କ ପ୍ରତି ଅବହେଳା କରିଥିବା ଏବଂ ପ୍ରଜାତନ୍ତ୍ରରେ ପରାସ୍ତ ହୋଇ ବାହାରେ ଥିବା ବ୍ୟକ୍ତିମାନେ ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୁଦ୍ଧରେ
ଷଡ଼ଯନ୍ତ୍ର କରୁଛନ୍ତି । ଓଡ଼ିଶାକୁ ମୋଦି ସରକାର ବିପୁଳ ଅର୍ଥ ଦେଉଥିବା ବେଳେ ଏହାର ବାଟମାରଣା ହେଉଛି । ଏହାର ସବୁ ଜବାବ ଦେବା ଦରକାର ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୦୧ ମସିହାରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେଇ ପ୍ରାକୃତିକ ବିପର୍ଯ୍ୟୟରେ ପ୍ରଭାବିତ କଚ୍ଛକୁ ଭାରତବର୍ଷର ୧୦ଟି ଅଗ୍ରଣୀ ଜିଲ୍ଲା ଭାବେ ସ୍ଥାପିତ କରିଛନ୍ତି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications