ଆସନ୍ତା ୨୯ ତାରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅଫିସ୍ ଛୁଟି

Government Holiday

ଭୁବନେଶ୍ବର: ଆସନ୍ତା ୨୯ ତାରିଖରେ ଅଶୋକାଷ୍ଟମୀ ଅବସରରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅନୁଷ୍ଠାନ ଛୁଟି ରହିବ । କେନ୍ଦ୍ରାଞ୍ଚଳ ଆରଡିସି ପକ୍ଷରୁ ସୋମବାର ଏହି ଘୋଷଣା କରାଯାଇଛି । ଲୋକାଲ ହଲିଡେ ପାଇଁ ବୁଧବାର ଖୋର୍ଦ୍ଧା ଜିଲ୍ଲାର ସବୁ ସରକାରୀ ଅଫିସ ଛୁଟି ।

ଅଶୋକାଷ୍ଟମୀ ଅବସରରେ ପ୍ରଭୁ ଲିଙ୍ଗରାଜଙ୍କ ଋକୁଣା ରଥ ଅନୁଷ୍ଠିତ ହେବ। ସେଦିନ ଲିଙ୍ଗରାଜ ମହାପ୍ରଭୁ ରାମେଶ୍ୱର ମନ୍ଦିରକୁ ଯିବେ। ଦୁଇ ତାରିଖରେ ପ୍ରଭୁଙ୍କ ବାହୁଡ଼ା ଯାତ୍ରା ହେବ। ସେଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ଏବର୍ଷ ରଥଯାତ୍ରାରେ ପ୍ରବଳ ଜନସମାଗମ ହେବାର ସମ୍ଭାବନା ଥିବାରୁ ଏହାକୁ ଦୃଷ୍ଟିରେ ରଖି ପୋଲିସ କମିସନର୍‌ ସୌମେନ୍ଦ୍ର ପ୍ରିୟଦର୍ଶୀ ଆଇନ ଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଥିଲେ । ନିଷ୍ପତ୍ତି ଅନୁସାରେ ୨୯ ତାରିଖ ସକାଳ ୫ଟାରେ ମଙ୍ଗଳ ଆଳତି କରାଯିବ। ଦିନ ପ୍ରାୟ ସାଢ଼େ ଗୋଟାଏରେ ଶ୍ରୀଲିଙ୍ଗରାଜଙ୍କୁ ରଥାରୂଢ଼ କରାଯିବ। ତା'ପରେ ମହାପ୍ରଭୁଙ୍କ ରଥକୁ ରାମେଶ୍ୱର ମନ୍ଦିରକୁ ଟାଣି ନେବେ ଶ୍ରଦ୍ଧାଳୁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+