ତ୍ରୁଟିଶୂନ୍ୟ ଭୋଟର ତାଲିକା ପାଇଁ ସର୍ବଦଳୀୟ ବୈଠକ
ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ସାରା ରାଜ୍ୟର ୧୪୭ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ୩୭,୬୦୬ ଗୋଟି ବୁଥ୍ରେ ଘରକୁ ଘର ବୁଲି ଆରମ୍ଭ ହୋଇଥିବା ସର୍ବେକ୍ଷଣରେ ବୁଥ୍ସ୍ତରୀୟ ଏଜେଣ୍ଟମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଯାଇଛି ।

ରାଜନୈତିକ ଦଳମାନଙ୍କ ଦ୍ୱାରା ବୁଥ୍ସ୍ତରରେ ବୁଥ୍ସ୍ତରୀୟ ଏଜେଣ୍ଟ ନିଯୁକ୍ତି ସହ ସେମାନଙ୍କୁ ପରିଚୟ ପ୍ରଦାନ ନିମନ୍ତେ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ପରାମର୍ଶ ଦେଇଛି । ରାଜନୈତିକ ଦଳର ଜିଲ୍ଲା ସଭାପତିମାନେ ବୁଥ୍ସ୍ତରୀୟ ଏଜେଣ୍ଟ ନିଯୁକ୍ତି କରିବା ସହ ସେମାନଙ୍କୁ ପରିଚୟ ପତ୍ର ପ୍ରଦାନ କରିବେ ଏବଂ ନିଯୁକ୍ତି ପାଇଥିବା ବୁଥ୍ସ୍ତରୀୟ ଏଜେଣ୍ଟମାନଙ୍କର ଏକ ତାଲିକା ସଂପୃକ୍ତ ନିର୍ବାଚକ ପଂଜୀକରଣ ଅଧିକାରୀ, ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିବେ ।
ଯେଉଁମାନଙ୍କୁ ବୁଥ୍ସ୍ତରୀୟ ଏଜେଣ୍ଟ ଭାବେ ନିଯୁକ୍ତ କରାଯିବ, ସେମାନେ ସଂପୃକ୍ତ ବୁଥ୍ ଅଞ୍ଚଳର ପଂଜୀକୃତ ଭୋଟର ହୋଇଥିବା ଦରକାର । ଜୁଲାଇ ୨୧ ତାରିଖରୁ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ହୋଇଥିବା ବୁଥ୍ସ୍ତରୀୟ ସର୍ବେକ୍ଷଣରେ ବୁଥ୍ସ୍ତରୀୟ ଅଧିକାରୀ ଓ ବୁଥ୍ସ୍ତରୀୟ ଏଜେଣ୍ଟମାନେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ନିର୍ଭୁଲ ତଥ୍ୟ ସଂଗ୍ରହ କରିବେ । ବୁଥ୍ସ୍ତରୀୟ ଅଧିକାରୀମାନେ 'ବିଏଲ୍ଓ ଆପ୍' ଜରିଆରେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ । ଭୋଟର ତାଲିକାରେ ନାମ ପଂଜୀକରଣ ନିମନ୍ତେ ଥିବା ୪ ଗୋଟି ଯୋଗ୍ୟତାସୂଚକ ତାରିଖ ଯଥା: ୨୦୨୩ ମସିହା ଅକ୍ଟୋବର ୧ ତାରିଖ ଏବଂ ୨୦୨୪ ମସିହା ଜାନୁଆରୀ ୧, ଅପ୍ରେଲ ୧ ଓ ଜୁଲାଇ ୧ ତାରିଖ ସୁଦ୍ଧା ଯେଉଁ ନୂତନ ଭୋଟରମାନଙ୍କ ବୟସ ୧୮ ବର୍ଷ ପୂରଣ ହେଉଥିବ, ସେମାନଙ୍କ ସଂପର୍କରେ ତଥ୍ୟ ସଂଗ୍ରହ କରିବେ । ଏତଦ୍ବ୍ୟତୀତ ବୁଥ୍ ଅଞ୍ଚଳରୁ ସ୍ଥାୟୀ ଭାବେ ଅନ୍ୟତ୍ର ସ୍ଥାନାନ୍ତରିତ ଏବଂ ମୃତ ଭୋଟରମାନଙ୍କର ସଂପୂର୍ଣ୍ଣ ତଥ୍ୟ 'ବିଏଲ୍ଓ ଆପ୍' ମାଧ୍ୟମରେ ସଂଗ୍ରହ କରି ସଂପୃକ୍ତ ଭୋଟର ତାଲିକା ପଂଜୀକରଣ ଅଧିକାରୀଙ୍କୁ ପ୍ରଦାନ କରିବେ ।
ଏତଦ୍ବ୍ୟତୀତ ଭୋଟର ତାଲିକାରେ ନାମ ନଥିବା ଯୋଗ୍ୟ ଭୋଟରମାନଙ୍କର ନାମ ତାଲିକାଭୁକ୍ତ କରିବା ନିମନ୍ତେ ମଧ୍ୟ ଆବଶ୍ୟକ ତଥ୍ୟ ସଂଗ୍ରହ କରାଯିବା ପରେ ଏକ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି କରାଯାଇପାରିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ପ୍ରକାଶ କରିଛନ୍ତି । ଆଗାମୀ ସାଧାରଣ ନିର୍ବାଚନରେ ବିଶେଷ କରି ଭୋଟରମାନଙ୍କ ମତଦାନ ନିମନ୍ତେ ସମସ୍ତ ପ୍ରକାରର ସୁବିଧାସୁଯୋଗ, ନିର୍ବାଚନ ପରିଚାଳନା ନିମନ୍ତେ ନିୟୋଜିତ କର୍ମଚାରୀଙ୍କୁ ସଂପୂର୍ଣ୍ଣ ତାଲିମ ପ୍ରଦାନ ଏବଂ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ବିଶେଷ ଧ୍ୟାନ ଦିଆଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି ।
ଅନ୍ୟମାନଙ୍କ ମଧ୍ୟରେ ଏହି ସର୍ବଦଳୀୟ ବୈଠକରେ ଭାରତୀୟ ଜନତା ପାର୍ଟିର ସରୋଜ କୁମାର କର ଓ ଅଶୋକ କୁମାର ମିଶ୍ର, ବହୁଜନ ସମାଜବାଦୀ ପାର୍ଟିର ରାଜ୍ୟ ମହାସଚିବ ମଧୁସୂଦନ ଯାଦବ, ଭାରତୀୟ କମୁ୍ୟନିଷ୍ଟ ପାର୍ଟି (ମାର୍କସିଷ୍ଟ) ସଦସ୍ୟ ସଂପାଦକ ଦୁଷ୍ମନ୍ତ କୁମାର ଦାସ, ଭାରତୀୟ ଜାତୀୟ କଂଗ୍ରେସର ରାଜ୍ୟ ଉପସଭାପତି ଶିବାନନ୍ଦ ରାୟ ଓ ଆମ୍ ଆଦ୍ମୀ ପାର୍ଟିର ସୌମ୍ୟ ରଞ୍ଜନ ସ୍ୱାଇଁ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।
-
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର -
Adani Green Energy Limited ESG ରେଟିଂରେ ନମ୍ବର 1—87.3 ସ୍କୋର ସହ ଦେଶରେ ଶୀର୍ଷରେ -
ଯୁବବର୍ଗଙ୍କ ଆର୍ଥିକ ସଚେତନତା ଓ ଦାୟିତ୍ୱବୋଧତା ସମୃଦ୍ଧ ଓଡ଼ିଶା ଗଠନର ମୂଳଦୁଆ ପକାଇବ : ମୁଖ୍ୟମନ୍ତ୍ରୀ -
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ -
ନୀତିଶ ଯୁଗ’ର ଅନ୍ତ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା -
ଭାରତ ମଧ୍ୟସ୍ଥ ହେଲେ ସ୍ବାଗତ କରିବୁ: ଟ୍ରମ୍ପ -
ଓଭରଲୋଡ୍ ଗାଡ଼ି ଉପରେ କଡ଼ା ନଜର, ଦେବାକୁ ପଡ଼ିବ ୪ ଗୁଣା ଅଧିକ ଟୋଲ୍ ଟ୍ୟାକ୍ସ -
ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା





Click it and Unblock the Notifications