Get Updates
Get notified of breaking news, exclusive insights, and must-see stories!

ନୂଆପଡ଼ା ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ ; ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱ

ନଭେମ୍ବର ୧୧ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ସବୁ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌. ଏସ୍‌. ଗୋପାଳନ ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ, ଚଳିତ ଉପନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଛି ।

ଏଣୁ ନିର୍ବାଚନକୁ ସଫଳ କରିବା ପାଇଁ ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ସମସ୍ତ ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ କରିବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ପରାମର୍ଶ ଦେଇଥିଲେ । ଚଳିତ ବର୍ଷ ଭାରତ ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଶିକା ଅନୁଯାୟୀ ପ୍ରତି ବୁଥ୍‌ରେ ଭୋଟର ସଂଖ୍ୟା ୧୨୦୦ମଧ୍ୟରେ ସୀମିତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି ।

All-party meeting for Nuapada by-election

ଚଳିତ ଉପନିର୍ବାଚନରେ ୧,୨୪,୧୦୮ଜଣ ପୁରୁଷ ଭୋଟର ରହିଥିବାବେଳେ ୧,୨୯,୪୯୫ଜଣ ମହିଳା, ୨୧ଜଣ ତୃତୀୟ ଲିଙ୍ଗ ଭୋଟରଙ୍କ ସହ ମୋଟ ୨,୫୩,୬୨୪ଜଣ ଭୋଟର ଚୂଡ଼ାନ୍ତ ଭୋଟର ତାଲିକାରେ ସ୍ଥାନ ପାଇଛନ୍ତି । ଚୂଡ଼ାନ୍ତ ଭୋଟର ତାଲିକାରେ ୯,୪୨୯ ଜଣ ଯୁବ ଭୋଟର ରହିଥିବାବେଳେ ୩୯୮୮ ଜଣ ଦିବ୍ୟାଙ୍ଗ ଭୋଟର ଏବଂ ୧୭୮୬ ଜଣ ବରିଷ୍ଠ ନାଗରିକ (୮୫ବର୍ଷରୁ ଊର୍ଦ୍ଧ୍ବ) ରହିଛନ୍ତି । ଚଳିତ ଉପନିର୍ବାଚନ ପାଇଁ ୫୬ଟି ନୂତନ ବୁଥ୍‌ ପ୍ରତିଷ୍ଠା ହୋଇଛି । ଉପନିର୍ବାଚନ ତାରିଖ ଘୋଷଣା ସହ ଆଦର୍ଶ ଆଚରଣବିଧି ଲାଗୁ ହୋଇଥିବାରୁ ବୈଦ୍ୟୁତିକ, ମୁଦ୍ରଣ ଓ ସାମାଜିକ ଗଣମାଧ୍ୟମ ଏବଂ ଓ୍ବେବ୍‌ ମିଡ଼ିଆ ସମେତ ସିନେମାହଲ୍‌, ରେଡ଼ିଓ, ପୋଷ୍ଟର ଓ ହୋଡ଼ିଂ ଆଦି ଜରିଆରେ ବିଜ୍ଞାପନ ଜାରି ପୂର୍ବରୁ ଆୟୋଗଙ୍କ ଅନୁମତି ଜରୁରୀ । ଏଥି ସହିତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଅପରାଧିକ ସମ୍ପୃକ୍ତି ନେଇ ଘୋଷଣାନାମା ମୁଦ୍ରିତ ଗଣମାଧ୍ୟମରେ ପ୍ରକାଶ କରିବା ସହ ଆୟୋଗଙ୍କୁ ଏ ବାବଦରେ ଅବଗତ କରାଇବା ବାଧ୍ୟତାମୂଳକ କରାଯାଇଛି । ଦଳ ଓ ପ୍ରାର୍ଥୀଙ୍କ ଖର୍ଚ୍ଚର ବିବରଣୀ, ତାରକା ପ୍ରଚାରକଙ୍କ ତାଲିକା ଏବଂ ଆଦର୍ଶ ଆଚରଣ ବିଧିର ସଠିକ୍‌ ଅନୁପାଳନ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।

ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସମେତ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶାନ୍ତ କୁମାର ମିଶ୍ର, ଅତିରିକ୍ତ ଶାସନ ସଚିବ ପ୍ରମୋଦ କୁମାର ସାହୁ ଓ ରାମଚନ୍ଦ୍ର କିସ୍କୁ, ଯୁଗ୍ମ ଶାସନ ସଚିବ ଗୋପୀନାଥ କୁଅଁର, ଉପମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଲକ୍ଷ୍ମୀ ପ୍ରସାଦ ସାହୁ ଓ ଅନାମିକା ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+