ହକି ବିଶ୍ବକପ ଆୟୋଜନ ପାଇଁ ଗୋଟିଏ ମଞ୍ଚରେ ଏକାଠି ହେଲେ ରାଜ୍ୟର ସବୁ ଛାମୁଆ ନେତା

୨୦୨୩ ପୁରୁଷ ବିଶ୍ବକପ୍‌ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍‌ଭେନ ସେଣ୍ଟରଠାରେ ଅନୁଷ୍ଠିତ ହୋଇ ଯାଇଛି ସର୍ବଦଳିୟ ବୈଠକ ।

ଭୁବନେଶ୍ୱର: ୨୦୨୩ ପୁରୁଷ ବିଶ୍ବକପ୍‌ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍‌ଭେନ ସେଣ୍ଟରଠାରେ ଅନୁଷ୍ଠିତ ହୋଇ ଯାଇଛି ସର୍ବଦଳିୟ ବୈଠକ । ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାରେ କ୍ରୀଡା ମହୋତ୍ସବର ସଫଳତା ପାଇଁ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଥିଲେ ।

Hockey World Cup

ବିଶ୍ବକପ୍‌ ହକି ୨୦୨୩ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ଆମନ୍ତ୍ରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବିଶ୍ବକପ୍‌ ହକି ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଭାରତ ସରକାରଙ୍କୁ ବିଶେଷ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଥିଲେ । ବିଶ୍ଵକପ ହକିର ଆୟୋଜନରେ କେବଳ ଓଡ଼ିଶା ନୂହେଁ ସାରା ଦେଶର ସମ୍ମାନ ଜଡିତ । ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

ଆଲୋଚନାରେ ଭାଗ ନେଇ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଲଗାତର ଭାବେ ଦ୍ବିତୀୟ ଥର ବିଶ୍ବକପ୍‌ର ଆୟୋଜନ ସାରା ବିଶ୍ବରେ ଓଡିଶାର ପ୍ରତିଷ୍ଠା ବୃଦ୍ଧି କରିଛି ବୋଲି ମତ ଦେଇ କ୍ରୀଡାର ଏହି ଉନ୍ନତି ଦିଗରେ ସରକାରଙ୍କ ଉଦ୍ୟମ ପାଇଁ ସାଧୁବାଦ ଜଣାଇଥିଲେ ।

ବୈଠକରେ ଯୋଗ ଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କର ପ୍ରଶଂସା କରିବା ସହ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନର ଶତବାର୍ଷିକୀ ଉତ୍ସବ ୨୦୩୬ ଅବସରରେ ଯେପରି ଓଡିଶାରୁ ୧୦୦ ଅଲମ୍ପିଆନ ବାହାରିପାରିବେ, ସେଥିପାଇଁ ସମସ୍ତେ ମିଳିମିଶି କାମ କରିବା ଉଚିତ ବୋଲି ମତପ୍ରକାଶ କରିଥିଲେ ।

ଏତଦ୍‌ ବ୍ୟତୀତ କ୍ରମାଗତଭାବେ ଦୁଇ ଥର ବିଶ୍ବକପ୍‌ ହକି ଆୟୋଜନ ଭଳି ବିରଳ ଘଟଣାକୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ଦେବା, ଉଭୟ ଭୁବନେଶ୍ବର-ରାଉରକେଲାର ସ୍ବଚ୍ଛତା ପାଇଁ ନାଗରିକ ମାନଙ୍କୁ ସାମିଲ କରିବା, ସ୍ଥାନୀୟ ଓଡିଆ ଖେଳର ପ୍ରସାର କରିବା, ରାଉରକେଲା-ଭୁବନେଶ୍ବର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବା ଆଦି ବିଭିନ୍ନ ସୁଚିନ୍ତିତ ମତାମତ ଦେଇ କେନ୍ଦ୍ରସରକାରଙ୍କ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ ।

ଆଲୋଚନାରେ ଭାଗ ନେଇ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର କହିଲେ ଯେ ରାଜ୍ୟର ସବୁ ଜିଲ୍ଲାରେ ହକି ଷ୍ଟାଡିଅମ ନିର୍ମାଣ କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ଦଳର ଉପସଭାପତି ସନ୍ତୋଷ ସିଂ ସାଲୁଜା, ବିଜୁ ଜନତା ଦଳର ଉପସଭାପତି ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ ଓ ଦେବୀପ୍ରସାଦ ମିଶ୍ର, ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତି, ସିପିଆଇର ସାଧାରଣ ସଂପାଦକ ଶ୍ରୀ ରାମକୃଷ୍ଣ ପଣ୍ଡା, ବିଧାୟକ ତାରାପ୍ରସାଦ ବାହିନୀପତି, ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସିପିଆର ଅଳିକିଶୋର ପଟ୍ଟନାୟକ, ଅଭୟ ସାହୁ, ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ରବି ବେହେରା, ଆପ୍‌ର ରାଜ୍ୟ ଆବାହକ ଶ୍ରୀ ନିଶିକାନ୍ତ ମହାପାତ୍ର, ଆରଜେଡିର ସଭାପତି ହେମନ୍ତ କୁମାର ପ୍ରମୁଖ ଭାଗ ନେଇ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।

କ୍ରୀଡାମନ୍ତ୍ରୀ ତୃଷାରକାନ୍ତି ବେହେରା ବୈଠକକୁ ସଂଯୋଜନା କରିଥିଲେ। କ୍ରୀଡା ସଚିବ ଆର. ଭିନିଲକ୍ରିଷ୍ଣା ଆଗାମୀ ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ୧୭ ଦିନିଆ ଭବ୍ୟ କ୍ରୀଡା ମହୋତ୍ସବର ପ୍ରସ୍ତୁତି ଓ ବିଭିନ୍ନ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ବୈଠକରେ ଉପସ୍ଥାପନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଉପସ୍ଥିତ ରହି ଧନ୍ୟବାଦ ଅର୍ପଣ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+