ସରିଲା ସର୍ବଦଳୀୟ ବୈଠକ; କଂଗ୍ରେସରୁ କେହି ଆସିଲେନି, ଆସନ୍ତାକାଲି ବିଧାନସଭା ଅଧିବେଶନ; ସହଯୋଗ ଲୋଡିଲେ ବାଚସ୍ପତି

ବିଧାନସଭାର ବଜେଟ ଅଧିବେଶନକୁ ନେଇ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକରେ ଯୋଗଦେଇନି କଂଗ୍ରେସ । ବୈଠକ ବେଳକୁ କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା ହୋଇ ନଥିବା ବେଳେ ଦଳ ପକ୍ଷରୁ ସର୍ବଦଳୀୟ ବୈଠକରେ କେହି ଯୋଗ ଦେଇନଥିବା ଦେଖିବାକୁ ମିଳିଛି । ଏନେଇ ଫୋନ ଜରିଆରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ କଥା ହୋଇଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ସେହିପରି ବାମପନ୍ଥୀ ବିଧାୟକ ଲକ୍ଷ୍ମଣ ମୁଣ୍ଡା ମଧ୍ୟ ଏହି ବୈଠକରେ ସାମିଲ ହୋଇନଥିଲେ । ଆସନ୍ତାକାଲିଠୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ । ତା' ପୂର୍ବରୁ ଆଜି ସରିଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ ।

odisha Assembly session

ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ । ସେହିପରି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସହିତ ଦଳର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ ଆଜି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସର୍ବଦଳୀୟ ବୈଠକରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ। ତେବେ ନବୀନ ସର୍ବଦଳୀୟ ବୈଠକରେ ଯୋଗ ଦେଇ ନଥିଲେ। ସେହିଭଳି ଆଜିର ସର୍ବଦଳୀୟ ବୈଠକରେ କଂଗ୍ରେସ ଦଳରୁ କେହି ଯୋଗ ଦେଇ ନଥିଲେ।

ଆସନ୍ତାକାଲି ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବାକୁ ଥିବା ବେଳେ ଆସନ୍ତା ୨୫ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ କରାଯିବ। ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+