Get Updates
Get notified of breaking news, exclusive insights, and must-see stories!

କରୋନା କୋପ: ବନ୍ଦ ହେଲା ଏହି ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ

କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି । ମେ ୧୫ ତାରିଖ ଯାଏ ମଠ, ମନ୍ଦିର, ମସଜିଦ୍ ଓ ଚର୍ଚ୍ଚ ବନ୍ଦ ରଖିବା ଲାଗି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି ।

ପୁରୀ: କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି । ମେ ୧୫ ତାରିଖ ଯାଏ ମଠ, ମନ୍ଦିର, ମସଜିଦ୍ ଓ ଚର୍ଚ୍ଚ ବନ୍ଦ ରଖିବା ଲାଗି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ସମସ୍ତ ଧର୍ମାନୁଷ୍ଠାନରେ କେବଳ ରୀତିନୀତି ପାଳନ ହେବ । ହେଲେ କୌଣସି ଶ୍ରଦ୍ଧାଳୁଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ ।

Puri

ସେପଟେ ଗତକାଲି ଠାରୁ ଭକ୍ତଙ୍କ ପାଇଁ ମେ ୧୫ ତାରିଖ ଯାଏ ଶ୍ରୀମନ୍ଦିର ବନ୍ଦ କରାଯାଇଛି । ଏହି ସମୟରେ କିନ୍ତୁ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ଯଥାରୀତି ଅନୁଯାୟୀ ଚାଲିବ । କରୋନାର ଦ୍ୱିତୀୟ ଲହରରେ ବହୁ ସେବାୟତ, ଶ୍ରୀମନ୍ଦିର କର୍ମଚାରୀମାନେ ଆକ୍ରାନ୍ତ ହୋଇଛନ୍ତି । ଆଗକୁ ଆହୁରି ସମସ୍ୟା ହୋଇପାରେ । ତେଣୁ ଶ୍ରୀଜିଉଙ୍କ ନୀତିକାନ୍ତି ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି ।

ସେହିପରି ଗତକାଲିଠାରୁ ପୁରୀ ସ୍ୱର୍ଗଦ୍ୱାରରେ ବାହାର ଲୋକଙ୍କ ଶବଦାହକୁ ବାରଣ କରାଯାଇଛି। ପୁରୀ ଜିଲ୍ଲା ବାହାରର କୌଣସି ଲୋକ ସ୍ୱର୍ଗଦ୍ୱାରରେ ଶବଦାହ କରିପାରିବେ ନାହିଁ । ପୁରୀ ଜିଲ୍ଲାର ଲୋକଙ୍କର କୋଭିଡ ବ୍ୟତୀତ ଅନ୍ୟ କାରଣ ପାଇଁ ମୃତ୍ୟୁ ହେଲେ ସ୍ୱର୍ଗଦ୍ୱାରରେ ଆତ୍ମୀୟ ସେମାନଙ୍କ ଶବଦାହ କରିପାରିବେ। ହେଲେ କୋଭିଡରେ ପ୍ରାଣ ହରାଉଥିବା ବ୍ୟକ୍ତି ସ୍ୱର୍ଗଦ୍ୱାରରେ ଅସ୍ଥି ବିସର୍ଜନ କରିପାରିବେ ନାହିଁ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+