ସବୁ ନଦୀ ବିପଦ ସଂକେତ ତଳେ; ରାଜ୍ୟରେ ଏବେ ସୁଦ୍ଧା ବନ୍ୟା ସ୍ଥିତି ଉପୁଜିନଥିବା କହିଲେ ସର୍ବୋଚ୍ଚ ଯନ୍ତ୍ରୀ
ରାଜ୍ୟରେ ଏବେ ସୁଦ୍ଧା ବନ୍ୟା ସ୍ଥିତି ଉପୁଜିନଥିବା କହିଲେ ସର୍ବୋଚ୍ଚ ଯନ୍ତ୍ରୀ । ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତିଙ୍କ ପ୍ରତିକ୍ରିୟା 'ନଦୀ ଗୁଡ଼ିକ ବିପଦ ସଂକେତ ତଳେ ପ୍ରବାହିତ ହେଉଛି । ଅତ୍ୟଧିକ ବର୍ଷା ଯୋଗୁଁ କେବଳ ମାଲକାନଗିରିରେ କ୍ଷୟକ୍ଷତି ହୋଇଛି ।ବୈତରଣୀ, ବୁଢ଼ାବଳଙ୍ଗ ବିପଦ ସଂକେତ ତଳେ ପ୍ରବାହିତ ହେଉଛି । ଉପରମୁଣ୍ଡରେ ବର୍ଷା ହେଉଛି ହୀରାକୁଦର ଆଉ ୮ଟି ଗେଟ୍ ଖୋଲାଯିବ' ।
ସକ୍ରିୟ ମୌସୁମୀ ପ୍ରଭାବରେ ଆଗାମୀ ୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଆସନ୍ତା ୬ ତାରିଖରେ ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ୭ ରୁ ୧୧ ସେମି ବର୍ଷା ହେବା ସମ୍ଭାବନା ରହିଛି ।୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ୭ ତାରିଖରେ ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ୧୨ ରୁ ୨୦ ସେମି ବର୍ଷା ନେଇ ସତର୍କ କରାଯାଇଛି । ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବଙ୍ଗୋପସାଗରରେ ଶନିବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାରୁ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଉପରେ ଏହି ଲଘୁଚାପ କେନ୍ଦ୍ରୀଭୂତ ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ତେବେ ରାଜ୍ୟରେ ଏବେ ସୁଦ୍ଧା ବନ୍ୟା ସ୍ଥିତି ଉପୁଜିନଥିବା କହିଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି।












Click it and Unblock the Notifications