ଆଜି ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା

ଆଜି ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା । ବର୍ଷା ଯୋଗୁଁ ସବୁ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ଦୁର୍ବଳ ହୋଇଛି ଲଘୁଚାପ। ଏହା ଘୂର୍ଣ୍ଣିବଳୟ ଭାବେ ଛତିଶଗଡ ଉପରେ ରହିଛି। ତଥାପି ଏହାର ପ୍ରଭାବରେ ଆସନ୍ତାକାଲି ଯାଏ ବର୍ଷା ରହିବ। ତେଣୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ରହିବ। ଝଡତୋଫାନ ମଧ୍ୟ ବୋହିବ। ଏନେଇ ଆଗାମୀ ୩ ଘଣ୍ଟିଆ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କଟକ, ଭୁବନେଶ୍ୱର, ନୟାଗଡ, ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡି ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବ। ଏନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି। ସେହିପରି ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

school of puri

ଉତ୍ତର ଓଡ଼ିଶାରେ କିଛି ଭଲ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଦିନକ ପରେ ବି ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ରାଜ୍ୟରେ ଜାରି ରହିବ । ଫଳରେ ଆଗାମୀ ୭ ଦିନ ଯାଏଁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେବ ନାହିଁ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଟ୍ବିନ୍‌ସିଟି ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଉତ୍ତର ଓଡ଼ିଶାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+