ଆଜିଠୁ ୧୬ ଯାଏଁ ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର ଛୁଟି
ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ୧୬ ତାରିଖ ଯାଏଁ ସମସ୍ତ ସ୍କୁଲ ଛୁଟି । ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ସେହିପରି ନିରବଚ୍ଛିନ୍ନ ପାନୀୟ ଜଳ ଏବଂ ବିଦ୍ୟୁତ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଦିଆଯିବ ଗୁରୁତ୍ୱ ।
ରାଜ୍ୟର ସମସ୍ତ ସ୍କୁଲ ଛୁଟି
ଗତ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ରିପୋର୍ଟ ଅନୁସାରେ ଆଗକୁ ମଧ୍ୟ ତାତି ଆହୁରି ବଢିବାର ସମ୍ଭାବନା ରହିଛି । ଯାହାକୁ ଦୃଷ୍ଟିରେ ରଖି ୧୬ ତାରିଖ ଯାଏଁ ସମସ୍ତ ସ୍କୁଲର ପ୍ରଥମରୁ ଦଶମ ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରର ପିଲାଙ୍କ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।

୯ ଦିନିଆ ଜାପାନ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ
ସୂଚନାଥାଉ ଯେ, ୯ ଦିନିଆ ଜାପାନ ଗସ୍ତ ସାରି ଓଡ଼ିଶା ଫେରିବା ପରେ ଗତକାଲି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଜାରି ରହିଥିବା ଗ୍ରୀଷ୍ମ ପ୍ରବାହ ସ୍ଥିତି ସହ ସ୍ୱାସ୍ଥ୍ୟ ସେବା ପ୍ରସଙ୍ଗରେ ମଧ୍ୟ ସମୀକ୍ଷା କରିଥିଲେ ।

ରାଜ୍ୟର ବିଭିନ୍ନ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ
ସୂଚନାଯୋଗ୍ୟ ଯେ, ଏପ୍ରିଲ ୧୩ରୁ ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୩ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବ ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications