Get Updates
Get notified of breaking news, exclusive insights, and must-see stories!

ଆଜିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜରେ ପାଠ ପଢ଼ା ବନ୍ଦ

ଆଜି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି । ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏପ୍ରିଲ ୨୩ରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିବ । ସେହିପରି ଗ୍ରୀଷ୍ମପ୍ରବାହ ପାଇଁ ଅପ୍ରେଲ ୨୩ ରୁ କଲେଜ ଗୁଡିକ ୫ ଦିନ ପାଇଁ ବନ୍ଦ ରହିବ । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।

school student

ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ସ୍ଥିତି ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲାମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ତେବେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ବୋଲି କୁହାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+