Get Updates
Get notified of breaking news, exclusive insights, and must-see stories!

ବାତ୍ୟା 'ଦାନା' ପାଇଁ ଆସନ୍ତାକାଲି କନ୍ଧମାଳର ସମସ୍ତ ସ୍କୁଲ ଛୁଟି ଘୋଷଣା

Cyclone Dana: ବାତ୍ୟା 'ଦାନା' ପାଇଁ ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏନେଇ ଜିଲ୍ଲା ଶିକ୍ଷାଧିକାରୀ ସୂଚନା ଜାରି କରିଛନ୍ତି । ଜିଲ୍ଲା ଶିକ୍ଷାଧିକାରୀ ସମସ୍ତ ବିଇଓ, ପ୍ରଧାନଶିକ୍ଷକମାନଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରାଯାଇଛି , ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଆସନ୍ତା କାଲି ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରହିବ ।

ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ବାତ୍ୟା ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ବାତ୍ୟା 'ଦାନା' ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

Cyclone Dana

ତେବେ ଆଜି ମଧ୍ୟରାତ୍ରୀ ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା 'ଦାନା' । ଆଜି ରାତିରୁ କାଲି ସକାଳ ୯ଟା ଯାଏ ଗୁରୁତ୍ବପୂର୍ଣ୍ଣ। ଲ୍ୟାଣ୍ଡଫଲବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+