କାଲିଠୁ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ୍; ସକାଳ ସାଢେ ୬ଟାରୁ ସାଢେ ୧୦ଟା ଯାଏଁ କ୍ଲାସ୍
ଆସନ୍ତାକାଲିଠୁ ରାଜ୍ୟର ସମସ୍ତ ସ୍କୁଲ୍ ଖୋଲିବ । ରାଜ୍ୟର ସମସ୍ତ ସ୍କୁଲ ଆସନ୍ତାକାଲି ସକାଳୁଆ ଖୋଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ସକାଳ ସାଢେ ୬ଟାରେ ସ୍କୁଲ ଖୋଲିବାକୁ ଥିବାବେଳେ, ସାଢେ ୧୦ଟା ଯାଏଁ କ୍ଲାସ୍ ଚାଲିବ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସକାଳୁଆ କ୍ଲାସ ହେବ ବୋଲି କୁହାଯାଇଛି ।
ତେବେ ୨୨ ତାରିଖଠାରୁ ସ୍ୱାଭାବିକ ସମୟରେ ସ୍କୁଲ ଖୋଲିବ ବୋଲି ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରବଳ ଖରାକୁ ଦୃଷ୍ଟିରେ ରଖି, ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଥିଲା । ପ୍ରତି ଜିଲ୍ଲାର ଜିଲ୍ଲାପାଳଙ୍କ ଉପରେ ଏହି ଦାୟିତ୍ୱ ନ୍ୟସ୍ତ କରାଯାଇଥିଲା । ପ୍ରତି ଜିଲ୍ଲାର ଜିଲ୍ଲାପାଳମାନେ ଖରାକୁ ଦେଖି ନିଜ ନିଜ ଜିଲ୍ଲାରେ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେବେ ବୋଲି ପୂର୍ବରୁ କୁହାଯାଇଥିଲା ।

ଆସନ୍ତାକାଲି ଅର୍ଥାତ୍ ଜୁନ୍ ୨୧ ତାରିଖରେ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ସ୍କୁଲ ଚାଲୁଥିବା ବେଳେ ତା ପରଦିନ ଠାରୁ ଅର୍ଥାତ୍ ଜୁନ୍ ୨୨ରୁ ସ୍ବାଭାବିକ ଭାବରେ ସ୍କୁଲ ଗୁଡିକୁ ପରିଚାଳନା କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ପାଗ ବିଗୁଡୁଥିବାରୁ ସମଗ୍ର ରାଜ୍ୟରେ ସ୍କୁଲ୍ ଖୋଲିବା ନିଷ୍ପତ୍ତି ଆଗରୁ ବଦଳାଇଥିଲେ ରାଜ୍ୟ ସରକାର । ସ୍କୁଲ୍ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ଛାଡ଼ିଥିଲେ । ପାଣିପାଗର ସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ୍ ଖୋଲିବା ନେଇ ନିଷ୍ପତ୍ତି ଦେଇଥିଲେ ।
ଗୋଟିଏ ଦୁଇଟି ଜିଲ୍ଲାକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୦ ତାରିଖ ବେଳକୁ ସମସ୍ତ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି ବିଭାଗ।
ସେପଟେ ଆଜି ରାଜ୍ୟର ୨୪ ଜିଲ୍ଲାରେ ମୌସୁମୀ ଜନିତ ବର୍ଷା ହେବା ନେଇ ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ।
ଆଜି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ମାଲକାନାଗିରି, ମାଲକାନଗିରି, ବଲାଙ୍ଗିର, ବୌଦ୍ଧ, କୋରାପୁଟ,କଳାହାଣ୍ଡି, ସମ୍ବଲପୁର, ସମ୍ବଲପୁର, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ଢେଙ୍କାନାଳ, ସୋନପୁରରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ।












Click it and Unblock the Notifications