ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ଶେଷ ହୋଇଛି।

ବିଜେଡିର ଶାସନ କାଳରେ ଗଠିତ 'ସ୍ୱତନ୍ତ୍ର ଉନ୍ନୟନ ପରିଷଦ'କୁ ବିଜେପି ସରକାର ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତାକୁ ମଧ୍ୟ ରାଜ୍ୟ ସରକାର ସମାପ୍ତ କରିଛନ୍ତି। ବିଜେଡି ସରକାର ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୨୦୧୭ ମସିହାରେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଓ ୨୦୨୩ ମେ' ମାସରେ ଆଉ ୧୪ଟି ଜିଲ୍ଲାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଥିଲେ।

loka seva bhawan

ଉଲ୍ଲେଖଯୋଗ୍ୟ, ରାଜ୍ୟର ବିଜେଡି ସରକାର ୨୦୧୭ ମସିହାରେ ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଥିଲେ । ଏହାର ଅଧ୍ୟକ୍ଷ ଓ ସଦସ୍ୟ ପଦବୀରେ ବିଜେଡିର ନେତାମାନଙ୍କୁ ଥଇଥାନ କରାଯାଇଥିଲା । ପରବର୍ତ୍ତୀ ସମୟରେ ୨୦୨୩ ମେ' ମାସରେ ଆଉ ୧୪ଟି ଜିଲ୍ଲାରେ ଏହି ପରିଷଦ ଗଠନ ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+