ରେଭେନ୍ସା ଇଷ୍ଟ ହଷ୍ଟେଲ୍ରେ ରାଗିଂ ଅଭିଯୋଗ: ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍ ଛାଡ଼ିବାକୁ ନିର୍ଦ୍ଦେଶ
କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍ରେ ରାଗିଂ ଅଭିଯୋଗ । ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍ ଛାଡ଼ିବାକୁ ନିର୍ଦ୍ଦେଶ।
ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରଙ୍କ ରାଗିଂ। ଆଣ୍ଟି ରାଗିଂ କମିଟି ପକ୍ଷରୁ ନିଆଗଲା ପଦକ୍ଷେପ ।

ଇଷ୍ଟ ହଷ୍ଟେଲରେ ରହୁଥିବା ୟୁଜି ପ୍ରଥମ ବର୍ଷର ଛାତ୍ରଙ୍କୁ କିଛି ସିନିୟର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତି କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ରବିବାର ବିଳମ୍ବିତ ରାତିରେ ଖବର ପାଇଁ ହଷ୍ଟେଲରେ ପହଞ୍ଚିଥିଲେ କୁଳପତି, ୱାଡେନ ଏବଂ ଅନ୍ୟ ଅଧ୍ୟାପକ ।
।ନିକଟରେ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନେ ନାମଲେଖା ହୋଇଥିବାରୁ ନୂଆ ଛାତ୍ରମାନେ କ୍ୟାମ୍ପସକୁ ଆସି ରହିଛନ୍ତି । ବାହାର ଜିଲାରୁ ଆସିଥିବା ଛାତ୍ରଛାତ୍ରୀମାନେ ବିଭିନ୍ନ ହଷ୍ଟେଲରେ ରହି ପାଠ ପଢୁଛନ୍ତି । ଇଷ୍ଟ ହଷ୍ଟେଲରେ ପ୍ରାୟ ୪୦ରୁ ଅଧିକ ୟୁଜି ଛାତ୍ର ମାନେ ହଷ୍ଟେଲରେ ରହିଥିବା ବେଳେ ପ୍ରଥମ ଦିନ ତୃତୀୟ ବର୍ଷର ଛାତ୍ରମାନେ ସେମାନଙ୍କୁ ପରିଚୟ ପ୍ରଦାନ କରିବା ଆଳରେ ରାଗିଂ କରିଥିବା ଅଭିଯୋଗ ହୋଇଛି












Click it and Unblock the Notifications