ବର୍ଣ୍ଣମାଳା ପୁସ୍ତକ ‘ସମ୍ବଲପୁରୀ ଭାଷା ଶିକ୍ଷା’ ଏବଂ ‘ପଠନ ପାର୍ବଣ’ ପୁସ୍ତକ ଉନ୍ମୋଚିତ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଝାରସୁଗୁଡ଼ା ଠାରେ ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ସମଗ୍ର ଶିକ୍ଷା ଯୋଜନା ଅନ୍ତର୍ଗତ ଦ୍ୱିଭାଷୀ ବର୍ଣ୍ଣମାଳା ପୁସ୍ତକ 'ସମ୍ବଲପୁରୀ ଭାଷା ଶିକ୍ଷା' ଏବଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଲିଖନ କୌଶଳ ଓ ପଠନ ଗୁଣବତ୍ତାକୁ ବୃଦ୍ଧି କରିବା ଦିଗରେ ସ୍କୁଲ ଛାତ୍ରଛାତ୍ରୀଙ୍କ ଲେଖାକୁ ନେଇ ପ୍ରସ୍ତୁତ 'ପଠନ ପାର୍ବଣ' ପୁସ୍ତକ ଉନ୍ମୋଚନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ଜାତୀୟ ଶିକ୍ଷା ନୀତି ଅଧୀନରେ ଏଭଳି ସାଧୁ ଉଦ୍ୟମ ପାଇଁ ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ଶ୍ରୀ ପ୍ରଧାନ । ସେ କହିଛନ୍ତି ଯେ ଓଡ଼ିଶାର ପଶ୍ଚିମାଞ୍ଚଳରେ କଥିତ ମାତୃଭାଷାକୁ ରାଜ୍ୟ ଭାଷା ଓଡ଼ିଆ ସହ ଯୋଡାଯିବା ଦିଗରେ ଆଜି ଏକ ନୂଆ ସେତୁବନ୍ଧ ତିଆରି ହୋଇଛି । '

ସମ୍ବଲପୁରୀ ଭାଷା ଶିକ୍ଷା' ପୁସ୍ତକ ଦ୍ୱାରା ଆମର ସ୍ଥାନୀୟ ଅଞ୍ଚଳର ପିଲାମାନେ ସମ୍ବଲପୁରୀ - କୋଶଲି ଭାଷାରେ ଓଡ଼ିଆ ବର୍ଣ୍ଣମାଳାର ଧ୍ୱନି, ବର୍ଣ୍ଣ, ଶବ୍ଦ ବ୍ୟବହାର ସହିତ ଓଡ଼ିଆ ଭାଷାର ବର୍ଣ୍ଣ ପ୍ରକରଣ ଶିଖିପାରିବେ । କଥନ ସହିତ ପଠନ ଓ ଲିଖନରେ ମଧ୍ୟ ଦକ୍ଷତା ଅର୍ଜନ କରିପାରିବେ ।

Alphabet book

ଶ୍ରୀ ପ୍ରଧାନ ଆହୁରି କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନିୟମିତ ପୁସ୍ତକ ପଠନ ଅଭ୍ୟାସକୁ ବୃଦ୍ଧି କରିବା ଲକ୍ଷ୍ୟରେ ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ 'ପଠନ ପାର୍ବଣ' ଆରମ୍ଭ ହୋଇଥିଲା । ଏହି ପଠନ ପାର୍ବଣ ଅଭିଯାନ ଗତ ବର୍ଷ ୧୮ ନଭେମ୍ବର ୨୦୨୪ରୁ ଆରମ୍ଭ ହୋଇ ୨୬ ଜାନୁଆରୀ ୨୦୨୫ ପର୍ଯ୍ୟନ୍ତ ଚାଲିଥିଲା । ଏଥିରେ ଚାରୋଟି ବର୍ଗରେ ପ୍ରଥମରୁ ତୃତୀୟ, ଚତୁର୍ଥରୁ ପଞ୍ଚମ, ଷଷ୍ଠରୁ ଅଷ୍ଟମ ଏବଂ ନବମରୁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ନେଇ ଏହା ଅନୁଷ୍ଠିତ ହୋଇଥିଲା ।

ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ସମ୍ବଲପୁରୀ ଭାଷା ପ୍ରାଇମରର ଶୁଭାରମ୍ଭ କରି ଭାଷାକୁ ସମ୍ମାନ ଦେବା ଦିଗରେ ଏକ ବଡ ରେଖା ଟାଣିଛି ବୋଲି ଶ୍ରୀ ପ୍ରଧାନ କହିଥିଲେ । ଝାରସୁଗୁଡ଼ା ଜିଲ୍ଲାର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ, ବିଦ୍ୟାଳୟ ଓ ବିକାଶ ପରିଚାଳନା ସମିତିକୁ ଏହି ଉଦ୍ୟମକୁ ସଫଳ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ଏହି ଉନ୍ମୋଚନ ସମାରୋହରେ ଓଡ଼ିଶା ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସାଂସଦ ପ୍ରଦୀପ ପୁରୋହିତ ଏବଂ ବିଧାୟକ ଟଙ୍କଧର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+