ଶିଶୁ ଯତ୍ନରେ ସମ୍ପୃକ୍ତ ହେବେ ପରିବାରର ପୁରୁଷ, ଆରମ୍ଭ ହେଲା ‘ଆମ କୁନିପିଲା' ଯୋଜନା
ଭୁବନେଶ୍ୱର: ଶିଶୁମାନଙ୍କୁ ଘରେ ହିଁ ମିଳିବ ଆନନ୍ଦଦାୟକ ବନ୍ଧୁତ୍ଵପୂର୍ଣ୍ଣ ଅନୁକୂଳ ପରିବେଶ । ଘରର ପୁରୁଷ ସଦସ୍ୟମାନଙ୍କୁ କରାଯିବ ଶିଶୁ ଯତ୍ନରେ ସମ୍ପୃକ୍ତି । ଏ ନେଇ ଶିଶୁ ଦିବସରେ ଶୁଭାରମ୍ଭ ହେଲା ନୂଆ ଯୋଜନା ଆମ କୁନିପିଲା ।

ଶିଶୁ ଦିବସରେ ଶିଶୁ ମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଶୁମାନେ ଦେଶର ଶକ୍ତି ଓ ପ୍ରଗତିର ସୂତ୍ରଧର । ଶୈଶବ କାଳରୁ ଶିଶୁମାନଙ୍କୁ ଉଚିତ ଶିକ୍ଷା, ସ୍ୱାସ୍ଥ୍ୟସେବା ଓ ପରିବେଶ ପ୍ରଦାନ କରାଗଲେ ସେମାନେ ଜଣେ ଜଣେ ସୁନାଗରିକ ହୋଇପାରିବେ । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆମ କୁନିପିଲା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ନିଜ ପରିବାରରେ ଶିଶୁର ଯତ୍ନ, ତିନି ବର୍ଷରୁ କମ ପିଲାମାନଙ୍କ ପାଳନରେ ଉଭୟ ପିତାମାତା ହାୟିତ୍ବ ସହ ସେମାନଙ୍କ ଶିଶୁ ଯତ୍ନ ଭିଭିକ ଦକ୍ଷତା ବୃଦ୍ଧି ଓ କମ୍ ମୂଲ୍ୟରେ ତିଆରି ଖେଳଣା ମାଧ୍ୟମରେ ଶିଶୁମାନଙ୍କ ମସ୍ତିଷ୍କ ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି ।
ପ୍ରତି ଶିଶୁର ପ୍ରଥମ ହଜାର ଦିନ ହେଉଛି ଗଭୀର ସମ୍ବେଦନଶୀଳ ସମୟ । ଏହି ଦିନରେ ଶିଶୁଙ୍କ ମସ୍ତିଷ୍କର ବିକାଶ ଓ ଶାରୀରିକ ବିକାଶ ଆରମ୍ଭ ହୋଇଥାଏ ଓ ଜୀବନବ୍ୟାପୀ ସ୍ବାସ୍ଥ୍ୟର ମୂଳଦୁଆ ପଡିଥାଏ । ଏହି ସମୟ ମଧ୍ୟରେ ଉଭୟ ମାଆ ଓ ଶିଶୁର ଯତ୍ନ ଏବଂ ପୁଷ୍ଟିକର ପୋଷଣ ଉପରେ ଶିଶୁର ବୃଦ୍ଧି ନିର୍ଭର କରିଥାଏ ।
ପିତାମାତା ଓ ପରିବାରର ଅନ୍ୟ ଯତ୍ନ ପ୍ରଦାନକାରୀଙ୍କୁ ଶିଶୁର ପ୍ରାରମ୍ଭିକ ବର୍ଷ ପ୍ରତି ସମ୍ବେଦନଶୀଳ କରାଇବା, ପରିବାରର ପୁରୁଷ ମାନଙ୍କୁ ଶିଶୁ ଯତ୍ନରେ ସମ୍ପୃକ୍ତି କରିବା, ପିତାମାତା ଓ ପରିବାର ଅନ୍ୟ ଯତ୍ନ ପ୍ରଦାନକାରୀଙ୍କ ଦ୍ବାରା କମ୍ ମୂଲ୍ୟର ପରିବେଶ ଅନୁକୁଳ ସାମଗ୍ରୀ ଓ ଖେଳଣା ସହିତ ଶିଶୁ ମାନଙ୍କୁ ନିଯୋଜିତ କରିବା, ଅଙ୍ଗନବାଡିକର୍ମୀଙ୍କ ଦ୍ଵାରା ଖେଳଣା, ଗପ ଏବଂ ସ୍ନେହଭରା କଥା,ଭଲ ପାଇବା, ସ୍ପର୍ଶ ଓ ଖେଳ ଦ୍ଵାରା ଶିଶୁମାନଙ୍କୁ ଏକ ସକରାତ୍ମକ ପରିବେଶ ଦେବା ସହ ସେମାନଙ୍କୁ ସକ୍ରିୟ କରେଇବା ଆଦି ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ।
ଏକ ଉତ୍ସାହଜନକ ପରିବେଶ ସୃଷ୍ଟି କରି ପିତାମାତାଙ୍କ ନେତୃତ୍ଵାଧୀନରେ ଘରେ ହିଁ ଆନନ୍ଦଦାୟକ ଶିଶୁ ବନ୍ଧୁତ୍ବପୂର୍ଣ୍ଣ ଶିକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ଆମ କୁନି ପିଲା କାର୍ଯ୍ୟକଳାପ ଧାର୍ଯ୍ୟ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ବିଭିନ୍ନ ସୂଚନାତ୍ମକ ସାମଗ୍ରୀ ଯଥା ମୋ ବିକାଶ ପତ୍ର, କୁନି କାଲେଣ୍ଡର, ଆମ କୁନି ପିଲା ଫିଲ୍ମ୍ ବୁକ୍, ସୁଖଦ ଲାଳନ ପାଳନ ହାଣ୍ଡ ବୁକ୍ ଓ ଆମ କୁନି ପିଲା ଟିଏ କିଟ୍ ଆଦିକୁ ମଧ୍ୟ ପ୍ରସ୍ତୁତ କରାଯାଇଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications