Get Updates
Get notified of breaking news, exclusive insights, and must-see stories!

ଆରମ୍ଭ ହେଲା ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ: ପ୍ରତି ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି

ଆରମ୍ଭ ହେଲା ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ । ପ୍ରତି ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହେଇଛି । ପ୍ରଥମ ପର୍ଯ୍ୟାୟରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାକୁ ଏହି ଯୋଜନାରେ ସାମିଲ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଆଜି ଏହି ଯୋଜନାର ଶୁଭାରମ୍ଭ କରିବା ସହ ଭର୍ଚୁଆଲରେ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହୋଇଛନ୍ତି । କେନ୍ଦୁଝର ଜିଲ୍ଲାର ମୋଟ ୨୯୭ ପଞ୍ଚାୟତର ପ୍ରତିଟି ଗାଁକୁ ସଶକ୍ତ କରାଯିବ । ଏଥିପାଇଁ ଜିଲ୍ଲାରେ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୫୬୮ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ସାମିଲ ହୋଇଛି । ସେଥିମଧ୍ୟରୁ ଘସିପୁରା ବ୍ଲକର ୨୫ଟି ପଞ୍ଚାୟତକୁ ୧୨ କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ।

ଏହି ଅବସରରେ ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ବିଡିଓ ମାନସ ରଞ୍ଜନ ସାମଲ, ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ଏସଏସଜି ମା'ମାନେ ଉପସ୍ଥିତ ଥିଲେ ।

ସେହିପରି ଭଦ୍ରକ ଜିଲ୍ଲାର ୭ ଗୋଟି ବ୍ଲକରେ ଏକା ସାଙ୍ଗରେ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାର ୩ ହଜାର ୩ ଶହ ୩୭ ଗୋଟି ଉନ୍ନୟନମୂଳକ ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଂଜୁର କରିଛନ୍ତି । ଏଥିପାଇଁ ଐତିହାସିକ ଗାନ୍ଧୀ ପଡିଆ ଠାରେ ଏକ ବିଶାଳ ସମାବେଶ ଅନୁଷ୍ଠିତ ହୋଇଥିଲା।

naveen_patnaik

ଏହି ଯୋଜନା ଜରିଆରେ ଗ୍ରାମାଞ୍ଚଳରେ ବ୍ୟାଙ୍କିଂ ସୁବିଧା ଯୋଗାଇବାକୁ ଡିଜିଟାଲ ସଂଯୋଗୀକରଣ ଉପରେ ଗୁରୁତ୍ବ ଦିଆଯିବ । ଗାଁମାନଙ୍କରେ ଥିବା ଧାର୍ମିକ ପୀଠର ବିକାଶ, ଐତିହ୍ୟସ୍ଥଳର ଉନ୍ନତିକରଣ ସହ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଅନୁଦାନ ମିଳିବ ।

ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଆର୍ଥିକ ବର୍ଷ 2023-24 ରେ ଏହି ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନା ପାଇଁ 4 ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ପ୍ରତ୍ୟେକ ଗ୍ରାମପଞ୍ଚାୟତ 50 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁଦାନ ପାଇବେ । ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ମିଳିବ ସ୍ୱତନ୍ତ୍ର ଅନୁଦାନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+