Get Updates
Get notified of breaking news, exclusive insights, and must-see stories!

ଆମ ଓଡ଼ିଶା, ନବୀନ ଓଡ଼ିଶା: ସଂସ୍କୃତିର ସୁରକ୍ଷା ସହ ଅତ୍ୟାଧୁନିକ ଭିତ୍ତିଭୂମିର ହେବ ବିକାଶ, ପ୍ରତି ପଞ୍ଚାୟତ ପାଇବେ ୧୦ ଲକ୍ଷ

ଭୁବନେଶ୍ବର: ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା 'ଆମ ଓଡିଶା ନବୀନ ଓଡିଶା'। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ । ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢିବ ଆମ ଓଡିଶା ନବୀନ ଓଡିଶା ।

ama_odisha_naveen_odisha

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟି ନିର୍ବାଚନମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନପ୍ରତିନିଧି ମାନେ ଯଥା ବିଧାୟକଗଣ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଥିଲେ । 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।

ଆଲୋଚନାରେ ଭାଗ ନେଇ 5T ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର । ଓଡିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ ।

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+