୬ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ପଡିଲେ ଅମିନ
ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ତହସିଲର ଅମିନ ଶିଶିର କୁମାର ନାୟକ। ଜଣେ ବ୍ୟକ୍ତିଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଅମିନ ଶିଶିର କୁମାର ନାୟକଙ୍କୁ ଧରିଛି ଭିଜିଲାନ୍ସ । ଲାଞ୍ଚ ଟଙ୍କା ସହ ତାଙ୍କୁ ଧରିବା ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଅଫିସ ଓ ବାସଭବନରେ ଚଢ଼ାଉ ଜାରି ରହିଛି।
ସୂଚନା ଅନୁସାରେ ଅଭିଯୋଗକାରୀ ଏବଂ ତାଙ୍କ ଭାଇମାନଙ୍କର ଜମି ଭାଗ ପାଇଁ ପଟ୍ଟାର ଏକ ସ୍କେଚ୍ ମ୍ୟାପ୍ ପ୍ରସ୍ତୁତ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଥିଲା। କୋର୍ଟଙ୍କ ନିର୍ଦ୍ଦେଶ ସତ୍ବେ କୁତ୍ରା ତହସିଲର ଅମିନ ଶିଶିର କୁମାର ନାଏକ ଜମିର ଏକ ସ୍କେଚ୍ ମ୍ୟାପ୍ ପ୍ରସ୍ତୁତ କରିବା ପାଇଁ ସେମାନଙ୍କଠାରୁ ୧୦,୦୦୦ ଟଙ୍କା ଦାବି କରିଥିଲେ। ଅଭିଯୋଗକାରୀ ଏହି ରାଶି ଦେବାକୁ ଅକ୍ଷମତା ପ୍ରକାଶ କରିବା ପରେ ସେ ୬୦୦୦ ଟଙ୍କାରେ ରାଜି ହୋଇଥିଲେ।

ଯାହାପରେ ଅଭିଯୋଗକାରୀ ଭିଜିଲାନ୍ସର ଦ୍ବାରସ୍ତ ହୋଇଥିଲେ। ଆଉ ଆଜି ଯୋଜନା ମୁତାବକ ଲାଞ୍ଚ ଟଙ୍କା ନେବାବେଳେ ଅମିନଙ୍କୁ ଧରିଥିଲେ ଭିଜିଲାନ୍ସ ଟିମ୍। ଏଥିସହ ତାଙ୍କ ଠାରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଉଦ୍ଧାର କରାଯାଇଛି।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications