୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ୍ ଶାହା
ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ । ମାର୍ଚ୍ଚ ୫ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟ ସୂଚୀ ରହିଛି । ତେବେ ଗୃହ ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ ।

ଖବର ଅନୁସାରେ, କେନ୍ଦ୍ରମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ । ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳି ସ୍ଥିତ ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର ( ସିଏଫଏସଏଲ), ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ , ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ ।
ସେଦିନ ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱର ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ବିଭିନ୍ନ ବିଭାଗ ପ୍ରକଳ୍ପ ଗୁଡିକର ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦାନ ଗସ୍ତକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ୍ ଟପିଂ ସହିତ ଆଲୋକୀକରଣ, ପରିସ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ଆଭାସୀ ମାଧ୍ୟମରେ କଟକ ଜିଲ୍ଲାପାଳ ଯୋଗଦେଇଥିଲେ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications